Masthead

ମର୍ଣ୍ଣିଂୱାକ ହେଲା କାଳ

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ମର୍ଣ୍ଣିଂୱାକରେ ଯିବା ହେଲା କାଳ । ମାଡ଼ିଗଲା ଟ୍ରକ । ଦୁଇ ଜଣ ମୃତ ଜଣେ ଗୁରୁତର । ମୃତକମାନେ ହେଲେ ମାନସୀ ମାର୍ଥୀ ଓ ଟିକିନା ପ୍ରଧାନ । ଆହତ ମହିଳାଙ୍କ ନାଁ ସୁରବାଳା ପରିଡ଼ା । ନୟାଗଡ଼-ଖୋର୍ଦ୍ଧା ରାସ୍ତାର ନୟାଗଡ଼ ଜିଲ୍ଲା ନୂଆଗାଁ ସଁପଡ଼ା ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ମୃତାହତମାନେ ସମ୍ପଡ଼ା ଗାଁର ବୋଲି ଜଣାପଡ଼ିଛି ।

ଆଜି ଭୋରରେ ଏମାନେ ମର୍ଣ୍ଣିଂଓ୍ୱାକରେ ଆସିଥିଲେ । ଏତିକିବେଳେ ଦଶପଲ୍ଲାରୁ ନୟାଗଡ଼ ଆସୁଥିବା ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ମାନସୀ ଓ ଟିକିନାଙ୍କର ମୃତ୍ୟୁ ହୋଇଥିଲା । ଗୁରୁତର ଅବସ୍ଥାରେ ସୁରବାଳାଙ୍କୁ ଉଦ୍ଧାର କରି ପ୍ରଥମେ ନୟାଗଡ଼ ହସ୍ପିଟାଲ ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଟ୍ରକ ସହ ଚମ୍ପଟ ମାରିଛି ଡ୍ରାଇଭର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା