Masthead

ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଦିନ ୨ଟା ଯାଏଁ ବନ୍ଦ ରହିବ ଶ୍ରୀମନ୍ଦିର ଦର୍ଶନ । ଶ୍ରୀମନ୍ଦିରରେ ସେନାପଟା ନୀତି ଯୋଗୁଁ ବନ୍ଦ ରହିବ । ସାଧାରଣ ଦର୍ଶନ ବନ୍ଦ ନେଇ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି । ସ୍ନାନ ପୂର୍ଣ୍ଣିମାରେ ପହଣ୍ଡି ପୂର୍ବରୁ ଦଇତାପତି ସେବାୟତମାନେ ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ସେନାପଟା ଲାଗି ଓ ବାହୁଟକଣ୍ଟ ନୀତି ସମ୍ପାଦିତ କରିବା ପରେ ପହଣ୍ଡି ହୋଇ ସ୍ନାନମଣ୍ଡପକୁ ଆସିବେ ଚତୁର୍ଦ୍ଧାବିଗ୍ରହ ।

ଆସନ୍ତାକାଲି ସ୍ନାନ ପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ଚତୁର୍ଦ୍ଧାବିଗ୍ରହ । ଏନେଇ ପାରମ୍ପରିକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ସମ୍ପର୍ଣ୍ଣ ହୋଇଛି । ସ୍ନାନବେଦୀକୁ ପହଣ୍ଡି ପୂର୍ବରୁ ଶ୍ରୀବିଗ୍ରହଙ୍କ ବାହୁକଣ୍ଟ ଓ ଚାରମାଳ ବନ୍ଧା ନୀତି ସମ୍ପର୍ଣ୍ଣ ହୋଇଛି । ଆଜି ସେନାପଟା ଲାଗି ନୀତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ