Masthead

ନୂଆବର୍ଷରେ ରାତି ଗୋଟାଏରୁ ଜଗା ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ):  ନୂଆବର୍ଷରେ ରାତି ଗୋଟାଏରୁ ଖୋଲିବ ସିଂହଦ୍ୱାର । ମଙ୍ଗଳଆଳତୀ ପରେ ରାତି ୧ଟା ୩୦ରୁ ଆରମ୍ଭ ହେବ ଦର୍ଶନ ଓ ଅନ୍ୟାନ୍ୟ ନୀତି । କେବଳ ବାହାର କାଠରେ ଦର୍ଶନ କରାଯିବା ନେଇ ବ୍ୟବସ୍ଥା ହୋଇଥିବା ସୂଚନା ମିଳିଛି । ନୂଆବର୍ଷରେ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏପରି ନିଷ୍ପତି ନେଇଛି । ଏସି ସେଡ୍ ଦେଇ ଭକ୍ତ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯିବେ । ବିଶ୍ରାମ ପାଇଁ ତିଆରି ହୋଇଛି ଜର୍ମାନ ହ୍ୟାଙ୍ଗର । ୧୦ଟି ଧାଡିରେ ମନ୍ଦିରକୁ ପ୍ରବେଶ କରିବେ ଭକ୍ତ । ଏହି ବ୍ୟବସ୍ଥା ଭକ୍ତଙ୍କ ପାଇଁ ସୁବିଧା ଓ ସୁରକ୍ଷିତ ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଆଜି ବର୍ଷର ଶେଷ ଦିନ, ୨୦୨୩ ସରି ସରି ଯାଉଛି। ତେଣୁ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ନେବାକୁ ପୁରୀରେ ଜମିଛି ପ୍ରବଳ ଭିଡ଼। ହଜାର ହଜାର ଶ୍ରଦ୍ଧାଳୁ ଆଜି ବଢ଼ି ଭୋରରୁ ଧାଡିରେ ଠିଆ ହୋଇ ଦର୍ଶନ କରୁଛନ୍ତି। ସମୟ ଯେତେ ଗଡ଼ୁଛି ଭିଡ଼ ସେତେ ବଢ଼ୁଛି। ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେପଟେ ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ଲାଗୁ ହେବ ନୂଆ କଟକଣା । ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧି ହିଁ ଶ୍ରୀମନ୍ଦିରକୁ ଯାଇପାରିବେ ଭକ୍ତ । ଏହା ପୂର୍ବରୁ ବାରଣ ଥିବା ଡ୍ରେସ୍ ପିନ୍ଧି ଆସିଥିବା ଭକ୍ତଙ୍କୁ ଧୋତି ପିନ୍ଧା ଯାଇ ଭିତରକୁ ଛଡାଯାଉଛି । ଆସନ୍ତାକାଲିଠୁ ଏହି କଟକଣାକୁ ଜୋରଦାର କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ