Masthead

ଜଗା ଦର୍ଶନରେ କଟକଣା

ପୁରୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା । ଅଣାୟତ ହେଉଛି ସ୍ଥିତି । ଏହାକୁ ଦୃଷ୍ଟି ରଖି ପୁରୀ ଶ୍ରୀମନ୍ଦିରରେ ବଢିଲା କଟକଣା । ଦୁଇ ଦିନ ଜଗା ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଶନିବାର ଓ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ଭକ୍ତ । ଆସନ୍ତା ୨୪ ତାରିଖରୁ ଏହି ନିୟମ ଲାଗୁ ହେବ ।

ଆଜି ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହାସହ ବାହାର ଭକ୍ତଙ୍କ ପାଇଁ ଆରଟିପିସିଆର ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି । କୋଭିଡ ନେଗେଟିଭ ରିପୋର୍ଟ ଥିଲେ ଦର୍ଶନ ଅନୁମତି ଦିଆଯିବ । ଏହା ସହିତ କରୋନାର ସମସ୍ତ ଗାଇଡ଼ ଲାଇନକୁ ମନିବାକୁ ବାଧ୍ୟ କରାଯାଇଛି । ମନ୍ଦିର ଭିତରେ ବାହାରେ ମାସ୍କ ପିନ୍ଧିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଛି ।

ଏଥିରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କେବି ସିଂ, ଛତିଶା ନିଯୋଗ ମହାନାୟକଙ୍କ ସମେତ ବିଭିନ୍ନ ସେବାୟତ ନିଯୋଗର ପ୍ରତିନିଧି ସାମିଲ ହୋଇଥିଲେ । କରୋନାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଏସଓପି ପରିବର୍ତ୍ତନ ନେଇ ବୈଠକରେ ଆଲୋଚନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା