ବିନା କୋଭିଡ ରିପୋର୍ଟରେ ଜଗନ୍ନାଥ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): କାଲିଠୁ ବିନା କୋଭିଡ ରିପୋର୍ଟରେ ଜଗନ୍ନାଥ ଦର୍ଶନ କରିବେ ଶ୍ରଦ୍ଧାଳୁ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରିଛି ପୁରୀ ପ୍ରଶାସନ । ମାର୍କେଟ ଛକରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଟିଂ କରାଯାଇଛି । ଦୈନିକ ୩୦ ହଜାର ଭକ୍ତ ଠାକୁରଙ୍କୁ ଦର୍ଶନ କରିପାରିବେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି । ଚଳିତ ମାସ ୩ରୁ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ଖୋଲାଯାଇଥିବା ବେଳେ କୋଭିଡ ରିପୋର୍ଟକୁ ବାଧ୍ୟତାମୂଳକା କରାଯାଇଥିଲା ।

ଯାହା ଫଳରେ ଭକ୍ତ ଭଗବାନଙ୍କ ପାଖକୁ ଯାଇପରୁନଥିଲା । ତେବେ ବର୍ତମାନ ରିପୋର୍ଟ ନଦେଲେ ବି ଜଗା ଦର୍ଶନ କରିପାରିବେ ଭକ୍ତ । ତେବେ ମାସ୍କ ଓ ସାନିଟାଇଜର ସହ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଇଛି । ଭକ୍ତମାନେ ଆନନ୍ଦ ବଜାରରେ ପ୍ରସାଦ ସେବାନ କରିବାକୁ ବାରଣ କରାଯାଇଛି । ଦିର୍ଘ ୧୦ ମାସ ପରେ ବିନା କୋଭିଡ ରିପୋର୍ଟରେ ଭକ୍ତ ଭଗବାନଙ୍କ ଦର୍ଶନ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ