Masthead

ଦୀଘାରେ ଜଗନ୍ନାଥ ଧାମ ନାଁ ବିବାଦ, ମୁହଁ ଖୋଲିଲେ ମମତା ବାନାର୍ଜୀ

କୋଲକାତା (ବଡ଼ ଖବର ବ୍ୟୁରୋ): ଦୀଘାରେ ଜଗନ୍ନାଥ ଧାମ ନାଁ ବିବାଦ । ମୁହଁ ଖୋଲିଲେ ମମତା ବାନାର୍ଜୀ । କହିଲେ ଆମ ଉପରେ ଏତେ ରାଗ କାହିଁକି । ପୁରୀ ମନ୍ଦିର ଓ ଜଗନ୍ନାଥଙ୍କୁ ଆମେ ସମ୍ମାନ କରୁ । ସାରା ଦେଶରେ କାଳୀ ମନ୍ଦିର ଓ ଗୁରୁଦ୍ୱାର ଅଛି ହେଲେ ଦୀଘା ମନ୍ଦିରକୁ ନେଇ ଏତେ ରାଗ କାହିଁକି ବୋଲି ପ୍ରଶ୍ନ କରିଛନ୍ତି ମମତା । ସେପଟେ ଦୀଘା ମନ୍ଦିର ବିବାଦକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ।

ଲୋକସେବା ଭବନରେ ବସିଲା ବୈଠକ । ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଓ ଅନ୍ୟ ଅଧିକାରୀ ଉପସ୍ଥିତ ଅଛନ୍ତି । ଗତକାଲି ବସିଥିବା ବୈଠକ ବାବଦରେ ମନ୍ତ୍ରୀଙ୍କୁ ଅବଗତ କରାଇବା ସହ ତଦନ୍ତ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଥିଲେ ଆଇନମନ୍ତ୍ରୀ ।

ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେଇଥିବାବେଳେ ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ ଧାମ’ ରୂପେ ନାମକରଣ କରାଯାଇଛି। ଏପରି କି ନବକଳେବର ଦାରୁରେ ଠାକୁରଙ୍କ ମୂର୍ତ୍ତି ନିର୍ମାଣ କରାଯାଇ ବ୍ରହ୍ମସ୍ଥାପନ ହୋଇଥିବା ଚର୍ଚ୍ଚା ହେଉଛି।

ଶ୍ରୀମନ୍ଦିର ଦଇତାପତି ସେବାୟତ ବିନାୟକ ଦାସ ମହାପାତ୍ର କହିଛନ୍ତି, ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ ହେବା ଦ୍ୱାରା ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ହେବ। ତେବେ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ପୁରୀରୁ ୭ରୁ ୮ଜଣ ଦଇତାପତି ସେବାୟତ ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇଥିଲେ। ସେମାନଙ୍କର ପୂଜାବିଧି କର୍ତ୍ତବ୍ୟ କିଛି ନ ଥିଲା। ବ୍ରହ୍ମ ସ୍ଥାପନ କେବଳ ଗୋଟିଏ ସ୍ଥାନରେ ଅର୍ଥାତ ଶ୍ରୀମନ୍ଦିରରେ ହୁଏ, ଯାହା ନବକଳେବର ସମୟରେ ପରିବର୍ତ୍ତନ କରାଯାଇଥାଏ। ଅନ୍ୟ କୌଣସି ସ୍ଥାନରେ ବ୍ରହ୍ମ ଆସିପାରିବ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା