Masthead

ଶ୍ରୀମନ୍ଦିରରେ କୋହଳ ହେଲା କଟକଣା

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ସ୍ୱାଭାବିକ ହେବ ଦର୍ଶନ ବ୍ୟବସ୍ଥା । ବିନା କୋଭିଡ଼ ରିପୋର୍ଟରେ ଶ୍ରୀଜିୟୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଶ୍ରୀମନ୍ଦିରରେ ପ୍ରତିଦିନ ପ୍ରାୟ ୩୦ ହଜାରରୁ ଅଧିକ ଭକ୍ତଙ୍କୁ ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ମିଳିବ । ଦୀର୍ଘ ୧୦ ମାସ ପରେ ଡିସେମ୍ବର ୨୩ରୁ ଶ୍ରୀମନ୍ଦିର ଖୋଲିଥିଲା । ପ୍ରଥମେ ସେବାୟତଙ୍କ ପରିବାର ଓ ପୁରୀବାସୀ ମହାପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ପାଇଥିଲେ । ପରେ ଜାନୁଆରୀ ୩ ରୁ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ଖୋଲାଯାଇଥିଲା । କିନ୍ତୁ ଏଥିପାଇଁ କରୋନା ନେଗେଟିଭ ରିପୋର୍ଟ ବାଧ୍ୟକାମୂଳକ କରାଯାଇଥିଲା । ଯାହାଫଳରେ ବହୁ ଦୂରଦୂରାନ୍ତରୁ ଆସୁଥିବା ଶ୍ରଦ୍ଧାଳୁମାନେ କୋଭିଡ଼ ରିପୋର୍ଟ ପାଇଁ ମନ୍ଦିର ଭିତରକୁ ନଯାଇ ସିଂହଦ୍ୱାର ସମ୍ମୁଖରେ ଛିଡ଼ା ହୋଇ ପତିତପାବନଙ୍କୁ ଦର୍ଶନ କରି ଫେରିଯାଉଥିଲା । ଗତକାଲି ଆନୁସଙ୍ଗିକ ବ୍ୟବସ୍ଥାର ସମୀକ୍ଷା କରିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ଡିିଆଇଜି ଓ ଜିଲ୍ଲାପାଳ । ସିଂହଦ୍ୱାରରେ ବ୍ୟାରିକେଡ଼ ସହ ସୁରକ୍ଷା ଓ ଦର୍ଶନ ବ୍ୟବସ୍ଥାର ତଦାରଖ କରିଥିଲେ । ସେହିପରି ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ