Masthead

ଶ୍ରୀମନ୍ଦିରରେ କୋହଳ ହେଲା କଟକଣା

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ସ୍ୱାଭାବିକ ହେବ ଦର୍ଶନ ବ୍ୟବସ୍ଥା । ବିନା କୋଭିଡ଼ ରିପୋର୍ଟରେ ଶ୍ରୀଜିୟୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଶ୍ରୀମନ୍ଦିରରେ ପ୍ରତିଦିନ ପ୍ରାୟ ୩୦ ହଜାରରୁ ଅଧିକ ଭକ୍ତଙ୍କୁ ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ମିଳିବ । ଦୀର୍ଘ ୧୦ ମାସ ପରେ ଡିସେମ୍ବର ୨୩ରୁ ଶ୍ରୀମନ୍ଦିର ଖୋଲିଥିଲା । ପ୍ରଥମେ ସେବାୟତଙ୍କ ପରିବାର ଓ ପୁରୀବାସୀ ମହାପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ପାଇଥିଲେ । ପରେ ଜାନୁଆରୀ ୩ ରୁ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ଖୋଲାଯାଇଥିଲା । କିନ୍ତୁ ଏଥିପାଇଁ କରୋନା ନେଗେଟିଭ ରିପୋର୍ଟ ବାଧ୍ୟକାମୂଳକ କରାଯାଇଥିଲା । ଯାହାଫଳରେ ବହୁ ଦୂରଦୂରାନ୍ତରୁ ଆସୁଥିବା ଶ୍ରଦ୍ଧାଳୁମାନେ କୋଭିଡ଼ ରିପୋର୍ଟ ପାଇଁ ମନ୍ଦିର ଭିତରକୁ ନଯାଇ ସିଂହଦ୍ୱାର ସମ୍ମୁଖରେ ଛିଡ଼ା ହୋଇ ପତିତପାବନଙ୍କୁ ଦର୍ଶନ କରି ଫେରିଯାଉଥିଲା । ଗତକାଲି ଆନୁସଙ୍ଗିକ ବ୍ୟବସ୍ଥାର ସମୀକ୍ଷା କରିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ଡିିଆଇଜି ଓ ଜିଲ୍ଲାପାଳ । ସିଂହଦ୍ୱାରରେ ବ୍ୟାରିକେଡ଼ ସହ ସୁରକ୍ଷା ଓ ଦର୍ଶନ ବ୍ୟବସ୍ଥାର ତଦାରଖ କରିଥିଲେ । ସେହିପରି ଦିବ୍ୟାଙ୍ଗ ଏବଂ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ