Masthead

ବଂଶ ନିପାତ କଲା କୁଳାଙ୍ଗାର ପୁଅ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁରରେ ଚାଞ୍ଚଲ୍ୟ । ବଂଶ ନିପାତ କଲା କୁଳାଙ୍ଗାର ପୁଅ । ପଥରରେ ଛେଚି ବାପା,ମା’ଓ ଭଉଣୀକୁ ହତ୍ୟା । ବିଳମ୍ବିତ ରାତିରେ ହତ୍ୟା କଲା ପୁଅ ସୂର୍ଯ୍ୟକାନ୍ତ ସେଠୀ । ଜଗତସିଂହପୁର ସଦର ଥାନା ଜୟବଡ ଗାଁର ଘଟଣା । ପରିବାରର ୩ ଜଣଙ୍କୁ ପଥରରେ ଛେଚି ହତ୍ୟା । ମୃତକ ହେଲେ ପ୍ରଶାନ୍ତ ସେଠୀ, କନକଲତା ସେଠୀ, ମାମାଲି ସେଠୀ । ପାରିବାରିକ କଳହରୁ ହତ୍ୟା ଅଭିଯୋଗ । ଅଭିଯୁକ୍ତ ପୁଅ ସୂର୍ଯ୍ୟକାନ୍ତକୁ ଗିରଫ କରି ତଦନ୍ତ କରୁଛି ପୋଲିସ ।

ବିଳମ୍ବିତ ରାତିରେ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି ।ବାପା ପ୍ରଶାନ୍ତ ସେଠୀଙ୍କ ସହ ମାଆ କନକଲତା ସେଠୀ ଓ ଭଉଣୀ ମାମାଲି ସେଠୀ ଙ୍କୁ ପିଟିପିଟି ମାରି ଦେଇଛି ଅଭିଯୁକ୍ତ ସୂର୍ଯ୍ୟକାନ୍ତ ସେଠୀ । ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ଫେରାର ହୋଇଯାଇଛି । ସକାଳେ ପଡ଼ୋଶୀ ଘର ବାହାରେ ରକ୍ତ ଲାଗିଥିବା ଦେଖିବା ପରେ ଘଟଣାସାମ୍ନାକୁ ଆସିଛି ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଗତକାଲିଠାରୁ ନିଶାଶକ୍ତ ଅବସ୍ଥାରେ ଅଭିଯୁକ୍ତ ଘରେ ପାଟିତୁଣ୍ଡ କରୁଥିଲା । ରାତିରେ ମଧ୍ୟ ପ୍ରବଳ ଝଗଡ଼ା ହୋଇଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ଆରକ୍ଷି ଅଧିକ୍ଷକ ଭବାନୀ ଶଙ୍କର ଉଦଗାତା ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ତେବେ ଯାହା ଖବର ମିଳିଛି ଆସାମୀ ସୂର୍ଯ୍ୟକାନ୍ତ ସେଠୀକୁ ପୁଲିସ ଗିରଫ କରିସାରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ