Masthead

ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ରୋକ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ହାଇୱା ଧକ୍କା ରେ ୨୨ ବର୍ଷୀୟ ଯୁବକଙ୍କ ମୃତ୍ୟୁ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଜଗତସିଂହପୁର ସଦର ଥାନା ଅଧିନସ୍ଥ ହାଟପୋଲ ନିକଟରେ । ମୃତକ ହେଲେ ବାବୁଲା ଗାୟନ । ଉତ୍ତ୍ୟକ୍ତ ହୋଇ ନିଆଁ ଜାଳି ରାସ୍ତା ରୋକ କଲେ ସ୍ଥାନୀୟ ଲୋକେ । ସୂଚନା ମୁତାବକ ହାଟବଜାର ବଙ୍ଗାଳି ସାହିର ବାବୁଲା ଗାୟନ ନାମକ ଜଣେ ୨୨ବର୍ଷୀୟ ଯୁବକ ଉପରେ ହାଇୱା ସମ୍ପୂର୍ଣ ରୂପେ ଚଢି ଯିବାରୁ ଘଟଣାସ୍ଥଳରେ ଉକ୍ତ ଯୁବକର ମୃତ୍ୟୁ ଘଟିଛି । ମୃତ୍ୟୁ ପରେ ଉତ୍ୟକ୍ତ ଲୋକ ମାନେ ନିଆଁ ଜାଳି ରାସ୍ତାରୋକ କରିଛନ୍ତି । ଜଗତସିଂହପୁର ପୋଲିସ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବାର ଦେଖା ଯାଇଛି । କିନ୍ତୁ ଅନ୍ୟପଟେ ଦୁର୍ଘଟଣା ଘଟାଇ ଥିବା ଉକ୍ତ ହାଇୱା ଗାଡିଟି ସେଠାରୁ ଦ୍ରୁତ ଗତିରେ ପଳାଇଥିବା ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ