Masthead

ଟିକେଟ ନପାଇବାରୁ ବିଜେପିରୁ ଇସ୍ତଫା ଦେଲେ ଜଗଦୀଶ ଶେଟ୍ଟର

ବେଙ୍ଗାଲୁରୁ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବା ଲାଗି ଟିକେଟ ନପାଇବାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟର୍‌ ଶନିବାର ବିଜେପିରୁ ଇସ୍ତଫା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମାଇ, କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଶନିବାର ରାତିରେ ତାଙ୍କ ବାସଭବନରେ ଚାଲିଥିବା ବୈଠକ ବିଫଳ ହେବା ପରେ ସେ ବିଜେପିରୁ ଇସ୍ତଫା ଦେଇଛନ୍ତି । କଂଗ୍ରେସ ସରକାର ସମୟରେ କର୍ଣ୍ଣାଟକ ବିଧାନସଭାର ବିରୋଧୀଦଳ ନେତା ଥିବା ଶେଟ୍ଟର କହିଛନ୍ତି କି ବିଜେପି ଟିକେଟ ନଦେଲେ ବି ସେ ନିଶ୍ଚିନ୍ତଭାବେ ବିଧାନସଭା ର୍ନିର୍ବାଚନ ଲଢିବେ ।

ପାର୍ଟିରେ ନିଜର ଯୋଗଦାନ ଓ ପ୍ରମୁଖ ପଦରେ ରହି ଦାୟିତ୍ୱ ନିର୍ବାହ କରିବା କଥାକୁ ମନେପକାଇ ସେ କହିଛନ୍ତି କି, ଯେଭଳି ଭାବେ ଦଳ ମୋତେ ଅପମାନିତ କଲା ଏଥିରେ ମୁଁ ଆଶ୍ଚର୍ୟ୍ୟ ହୋଇଯାଇଛି । ଏଣୁ ସେହି ପାର୍ଟିରୁ ମୁଁ ଏବେ ଇସ୍ତଫା ଦେଉଛି ଯାହାକୁ ମୁଁ ରାଜ୍ୟରେ ବିକଶିତ କରିଥିଲି । ଶେଟ୍ଟର ଅଭିଯୋଗ କରିଛନ୍ତି କି, ଦଳ ତରଫରୁ ମୋ ବିରୋଧରେ ଷଡଯନ୍ତ୍ର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ