Masthead

ବିଜେପିରେ ମିଶିବେ ଜୟ ଢୋଲକିଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆପଡ଼ାରେ ବିଜେଡି- ବିଜେପି ମଧ୍ୟରେ ଆରମ୍ଭ ହୋଇଛି ଛକାପଞ୍ଝା । ବିଜେଡ଼ି ଛାଡ଼ି ବିଜେପିରେ ଯୋଗେ ଦେଇପାରନ୍ତି ଦିବଙ୍ଗତ ରାଜେନ୍ଦ୍ର ଢ଼ୋଲକିଆଙ୍କ ପୁଅ ଜୟ ଢ଼ୋଲକିଆ। ବିଜେପିରୁ ଉପନିର୍ବାଚନ ପାଇଁ ପ୍ରାର୍ଥୀ ହୋଇପାରନ୍ତି ଜୟ। ଆଜି ରାଜ୍ୟ କାର୍ୟ୍ୟାଳୟରେ ବିଜେପି ରାଜ୍ୟ ସଭପତିଙ୍କ ଉପସ୍ଥିତିରେ ଜୟ ଢ଼ୋଲକିଆ ବିଜେପିରେ ଯୋଗଦାନ କରିବେ ବୋଲି ସୂଚନା ମିଳିଛି।

ନୂଆପଡାର ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡାରେ ଉପ ନିର୍ବାଚନ ହେବାକୁ ଯାଉଛି। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ ବିଜେଡିରୁ ବିଧାୟକ ଥିବାବେଳେ ତାଙ୍କ ପୁଅ ବିଜେଡି ଟିକେଟରୁ ଲଢ଼ିବା ନେଇ ଚର୍ଚ୍ଚା ହେଉଥିଲା। ସେସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ଜୟ ଢୋଲକିଆ ବିଜେପିରେ ଯୋଗଦାନ କରିବା ନେଇ ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ