Masthead

ଜୟଙ୍କ ବଡ଼ ବିଜୟ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପ ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଏହି ଆସନରୁ ୮୩ ହଜାର ୭୪୮ରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି । ବିଜୟ ପରେ ବିଜେପି ପ୍ରାର୍ଥୀଙ୍କ ସେଲିବ୍ରେସନ ଦେଖିବାକୁ ମିଳିଛି । ଜୋୟ ଢୋଲକିଆ ଏକ ବଡ଼ ଭୋଟ ବ୍ୟବଧାନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କୁ ପଛରେ ପକାଇଦେଇଥିଲେ । ଏକତରଫା ଭାବେ ବିଜେପି ନୂଆପଡ଼ାରେ ବିଜୟ ହାସଲ କରିଛି ।

ଜୟ ଢୋଲକିଆ ମୋଟ ୧ ଲକ୍ଷ ୨୩ ହଜାର ୮୬୯ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ୪୦ ହଜାର ୧୨୧ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୩୮ ହଜାର ୪୦୮ ଖଣ୍ଡ ଭୋଟ ପାଇଛନ୍ତି ।  ଏହି ଉପ ନିର୍ବାଚନରେ ବିଜେଡି ପ୍ରଥମଥର ପାଇଁ ତୃତୀୟ ସ୍ଥାନରେ ରହିଛି । ବିଜେଡିକୁ ଟପି କଂଗ୍ରେସ ଦ୍ବିତୀୟ ସ୍ଥାନ ହାସଲ କରିଛି ।

ଏହି ଆସନରେ ବିଜେପି ୨ଥର ବିଜୟୀ ହୋଇଛି । ୨୦୦୦ ଓ ୨୦୧୪ ମସିହାରେ ବିଜେପିର ବସନ୍ତ କୁମାର ପଣ୍ଡା ବିଜୟୀ ହୋଇଥିଲେ । ତେବେ ପୁଣି ଥରେ ଏହି ଆସନ ଏବେ ବିଜେପି ହାତକୁ ଯାଉଛି । ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ାରେ ଉପ ନିର୍ବାଚନ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ