Masthead

ଜେଲ୍ ଗଲେ କୋଟିପତି ରେଞ୍ଜର

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ କୋଟିପତି ବନ ଅଧିକାରୀ। ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ୍ ଯାଇଛନ୍ତି ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ପ୍ରଶାନ୍ତ କୁମାର ନାୟକ। ଭିଜିଲାନ୍ସ ଚଢ଼ାଉ ବେଳେ ଠାବ ହୋଇଥିବା ୧ କୋଟି ୮୬ ଲକ୍ଷ ଟଙ୍କା ମଧ୍ୟରୁ କେବଳ ୧ କୋଟି ୩୯ ଲକ୍ଷ ଟଙ୍କା ନେଇ ତଥ୍ୟ ଦେଇଥିଲେ ରେଞ୍ଜର ପ୍ରଶାନ୍ତ କୁମାର ନାୟକ। ହେଲେ ଅତିରିକ୍ତ ୪୭ ଲକ୍ଷ ଟଙ୍କା କେଉଁ ଆଧାରରେ ଠୁଳ କରିଛନ୍ତି ତାର ସନ୍ତୋଷଜନକ ହିସାବ ଦେଇ ପାରିନଥିଲେ ପ୍ରଶାନ୍ତ।

ତେଣୁ ତାଙ୍କ ବିରୋଧରେ ଆୟବର୍ହିଭୂତ ଠୁଳ ଅଭିଯୋଗରେ ସମ୍ବଲପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଥିଲା । ବର୍ତ୍ତମାନ ପ୍ରଶାନ୍ତ କୁମାର ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ତାଙ୍କ ଜାମିନ ଖାରଜ ହେବାରୁ ଜେଲ୍ ପଠେଇ ଦିଆଯାଇଥିବା କହିଛନ୍ତି ବଲାଙ୍ଗିର ଭିଜିଲାନ୍ସ ଅଧିକାରୀ ସଦାନନ୍ଦ ପାଣି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ