ଜେଲ୍ ଗଲେ କୋଟିପତି ରେଞ୍ଜର

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ କୋଟିପତି ବନ ଅଧିକାରୀ। ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ୍ ଯାଇଛନ୍ତି ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ପ୍ରଶାନ୍ତ କୁମାର ନାୟକ। ଭିଜିଲାନ୍ସ ଚଢ଼ାଉ ବେଳେ ଠାବ ହୋଇଥିବା ୧ କୋଟି ୮୬ ଲକ୍ଷ ଟଙ୍କା ମଧ୍ୟରୁ କେବଳ ୧ କୋଟି ୩୯ ଲକ୍ଷ ଟଙ୍କା ନେଇ ତଥ୍ୟ ଦେଇଥିଲେ ରେଞ୍ଜର ପ୍ରଶାନ୍ତ କୁମାର ନାୟକ। ହେଲେ ଅତିରିକ୍ତ ୪୭ ଲକ୍ଷ ଟଙ୍କା କେଉଁ ଆଧାରରେ ଠୁଳ କରିଛନ୍ତି ତାର ସନ୍ତୋଷଜନକ ହିସାବ ଦେଇ ପାରିନଥିଲେ ପ୍ରଶାନ୍ତ।

ତେଣୁ ତାଙ୍କ ବିରୋଧରେ ଆୟବର୍ହିଭୂତ ଠୁଳ ଅଭିଯୋଗରେ ସମ୍ବଲପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଥିଲା । ବର୍ତ୍ତମାନ ପ୍ରଶାନ୍ତ କୁମାର ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ତାଙ୍କ ଜାମିନ ଖାରଜ ହେବାରୁ ଜେଲ୍ ପଠେଇ ଦିଆଯାଇଥିବା କହିଛନ୍ତି ବଲାଙ୍ଗିର ଭିଜିଲାନ୍ସ ଅଧିକାରୀ ସଦାନନ୍ଦ ପାଣି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ