Masthead

୪୭ ହଜାର ଟଙ୍କା ଲାଞ୍ଚ ନେଉଥିଲେ ପିଅନ

କୋରାପୁଟ(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଟ୍ରେଜେରି ଅଫିସର ପିଅନ। ୪୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ଟିମ୍ ହାତରେ ଧରାପଡିଛନ୍ତି। ପିଅନ ଜଣକ ହେଉଛନ୍ତି ହରିଶ୍ଚନ୍ଦ୍ର ମହାପାତ୍ର । ସରକାରୀ ବାବୁ ଜଣକ ଭରତ ନାୟକ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ୪୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଜୟପୁର ଭିଜିଲାନ୍ସ ଟିମ୍ । ଭରତ ନାୟକଙ୍କ ଶ୍ବଶୁର ସେଟେଲମେଣ୍ଟ ଅଫିସରେ କାମ କରୁଥିଲେ ।

ତାଙ୍କ ପେନସନ୍ ବାବଦକୁ ଏରିୟର ବିଲ୍ କରାଇ ଦେବାକୁ ଟ୍ରେଜେରି କର୍ମଚାରୀ ହରିଶ୍ଚନ୍ଦ୍ର ମହାପାତ୍ର ତାଙ୍କୁ ୮୭ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ପୂର୍ବରୁ ୪୦ ହଜାର ଟଙ୍କା ଭରତ ନାୟକ ଦେଇଥିବା ବେଳେ ଆଜି ବଳକା ୪୭ ହଜାର ଟଙ୍କା ଦେଇଥିଲେ। ପୂର୍ବ ଯୋଜନା ଅନୁଯାୟୀ ଭିଜିଲାନ୍ସ ଟିମ ହରିଶ୍ଚନ୍ଦ୍ର ମହାପାତ୍ରଙ୍କୁ କାବୁ କରିଥିଲା। ଅଭିଯୁକ୍ତଙ୍କ ଆୟ ବହିର୍ଭୁତ ସମ୍ପତ୍ତିକୁ ନେଇ ଅଧିକ ଖୋଳତାଡ କରୁଛି ଭିଜିଲାନ୍ସ। ଏଥି ସହିତ ତାଙ୍କ ଜୟପୁର ସ୍ଥିତ ଘର ସହ ଅନ୍ୟାନ୍ୟ ସ୍ଥାନରେ ଭିଜିଲାନ୍ସର ଏକ କାଳିନ ଚଢ଼ାଉ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା