Masthead

ଶାନ୍ତନୁ ମୃତ୍ୟୁ ମାମଲା, ଯାଜପୁର ବ୍ଳକ ଉପାଧ୍ୟକ୍ଷ ଗିରଫ

ଯାଜପୁର (ବଡ଼ ଖବର ବ୍ୟୁରୋ): ଶାନ୍ତନୁଙ୍କ ମୃତ୍ୟୁ ମାମଲା । ଯାଜପୁର ବ୍ଳକ ଉପାଧ୍ୟକ୍ଷ ଗିରଫ।। ଗତ ୯ ତାରିଖରେ ଚାଓମିନ ମାଗିବାରୁ ଜଣେ ଯୁବକଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ଯାଜପୁର ସଦର ପୁଲିସ ବ୍ଲକ୍ ଉପାଧ୍ୟକ୍ଷ କମଳ ମଲ୍ଲିକକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ ଯାଜପୁର ସଦର ଥାନା ଅଧୀନ ସାହାସପୁର ପଞ୍ଚାୟତ ଗୋବିନ୍ଦପୁର ଶୁକଦେବ ଦାସ ଗତ ୯ ତାରିଖ ରାତିରେ ସ୍ଥାନୀୟ ଶିବାଛକର ଏକ ଚାଓମିନ ଦୋକାନକୁ ଯାଇ ଚାଓମିନ ମାଗିଥିଲେ ।

ଦୋକାନୀ ଅନିଲ କୁମାର ମଲ୍ଲିକ ଶୁକଦେବଙ୍କୁ ଚାଓମିନ ନଦେଇ ଅପେକ୍ଷା କରାଇଥିଲେ । ପରେ କଥା କଟାକଟି ସହ ଶୁକଦେବ ଓ ତାଙ୍କ ପୁଅ ଶାନ୍ତନୁଙ୍କୁ ସଙ୍ଘବଦ୍ଧ ଭାବେ ଲୁହାରଡ଼ ଏବଂ କାଠ ଫାଳିଆରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଶାନ୍ତନୁଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।

ପରିବାର ଲୋକ ଥାନାରେ ଅଭିଯୋଗ କରିବା ପରେ ଘଟଣାରେ ସଂପୃକ୍ତ ଥିବା ଯାଜପୁର ବ୍ଲକ୍ ଉପାଧ୍ୟକ୍ଷ କମଳ ମଲ୍ଲିକକୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବା ଜଣାପଡ଼ିଛି । ଅନ୍ୟ ତିନି ଜଣଙ୍କୁ ଗିରଫ କରିବାକୁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିବା ଜଣାଯାଇଛି । ଆଜି ଯାଜପୁର ବ୍ଲକ ଉପାଧ୍ୟକ୍ଷ କମଳ ମଲ୍ଲିକଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସଦର ପୋଲିସ ସୁତ୍ରରୁ ପ୍ରକାଶ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି