Masthead

ଯାଜପୁର ବସ୍‌ ଦୁର୍ଘଟଣା, ଆଇସିୟୁରେ ଚାଲିଛି ୫ ଜଣଙ୍କ ଚିକିତ୍ସା

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଯାଜପୁର ବସ୍‌ ଦୁର୍ଘଟଣା । ଆଇସିୟୁରେ ଚାଲିଛି ୫ ଜଣଙ୍କ ଚିକିତ୍ସା । ଚିକିତ୍ସା ସମ୍ପର୍କରେ ଏସ୍‌ସିବି କୁଳସଚିବ ଡ.ଅବିନାଶ ରାଉତଙ୍କ ସୂଚନା । ୧୪ ଜଣଙ୍କୁ ଅସ୍ଥିଶଲ୍ୟ ଓ ୫ ଜଣଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି । ଚିକିତ୍ସା ପରେ ୨୭ ଜଣଙ୍କୁ ଡିସଚାର୍ଜ କରାଯାଇଛି । ଦୁର୍ଘଟଣାରେ ଆହତ ୪୬ ଜଣଙ୍କୁ ଏସ୍‌ସିବି ମେଡିକାଲ ଅଣାଯାଇଥିଲା । ଗତକାଲି ଯାଜପୁର ବାରବାଟୀ ଛକ ନିକଟରେ ଓଭରବ୍ରିଜରୁ ତଳକୁ ଖସିପଡ଼ିଥିଲା ଯାତ୍ରୀବାହୀ ବସ୍ । ଭାରସାମ୍ୟ ହରାଇ ବସଟି ପୋଲରୁ ୨୦ ଫୁଟ ତଳକୁ ଖସିପଡ଼ିଥିଲା ।

ପୁରୀରୁ କୋଲକାତା ଯାଉଥିଲା ବସ୍ । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଓ ପ୍ରଶାସନ ପକ୍ଷରୁ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା । ଫସିରହିଥିବା ଲୋକଙ୍କୁ ଉଦ୍ଧାର କରାଯାଇ ଧର୍ମଶାଳା ମେଡିକାଲରେ ଭର୍ତି କରାଯାଇଥିଲା । ସେଠାରେ ୫ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ ମହିଳା, ୪ ଜଣ ପୁରୁଷ ଅଛନ୍ତି।ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ କଟକ ବଡମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ସେମାନଙ୍କୁ ଆବଶ୍ୟକ ଚିକିତ୍ସା ବ୍ୟବସ୍ଥାକୁ ସୁନିଶ୍ଚିତ କରିଛନ୍ତି ରାଜ୍ୟ ସରକାର । ପ୍ରତି ମୃତକଙ୍କ ପରିବାରକୁ ରାଜ୍ୟ ସରକାର ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ