Masthead

ଡ୍ରାଇଭରର ଭୁଲ୍ ଯୋଗୁଁ ଘଟିଛି ଦୁର୍ଘଟଣା: ପରିବହନ ଅତିରିକ୍ତ ସଚିବ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ବାରବାଟୀ ଛକ ଅଂଚଳରେ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ଚାଲିଯାଇଛି ୫ ଜୀବନ । ଦୁର୍ଘଟଣାରେ ୪୬ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଏସ୍ସିବିରେ ଭର୍ତ୍ତି କରାଯାଇଛି । ଏହାରି ଭିତରେ ବସ୍ ଦୁର୍ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବହନ ବିଭାଗର ଅତିରିକ୍ତ ସଚିବ ଲାଲମୋହନ । ଡ୍ରାଇଭରର ଭୁଲ୍ ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା କହିଛନ୍ତି ଲାଲମୋହନ । ବସ୍‌ର କଣ୍ଡିସନ୍ ଭଲ ଅଛି । ମାର୍ଚ୍ଚରେ ଫିଟନେସ ସାର୍ଟିଫିକେଟ ମିଳିଛି । ଦ୍ରୁତଗତି, ଓଭରଟେକ୍ କିମ୍ବା ଫୋନ୍‌ରେ କଥା ହେବାରୁ କାରଣରୁ ଘଟିଛି ଏଭଳି ଦୁର୍ଘଟଣା । ଏଥିସହିତ ସମ୍ପୃକ୍ତ ବସ୍ ଚାଳକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ ସେ କହିଛନ୍ତି।

ଗତକାଲି ରାତି ପ୍ରାୟ ସାଢ଼େ ୮ଟାରୁ ୯ଟା ମଧ୍ୟରେ ଘଟିଥିଲା ଏହି ଦୁର୍ଘଟଣା।  ବସଟି ପୁରୀରୁ କୋଲକାତା ଅଭିମୁଖେ ଯାଉଥିବା ସମୟରେ ଯାଜପୁର ବାରବାଟୀ ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼ ବ୍ୟାରିକେଡ଼ରେ ପିଟି ହୋଇ ଓଭରବ୍ରିଜ ତଳକୁ ଖସି ପଡିଥିଲା। ପ୍ରଥମେ ସ୍ଥାନୀୟ ଲୋକେ ଏବଂ ପରେ ପୋଲିସ ଓ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ବସରେ ଥିବା ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ। ଆହତ ଯାତ୍ରୀଙ୍କୁ ପ୍ରଥମେ ଧର୍ମଶାଳା ମେଡିକାଲକୁ ନିଆଯାଇଥିଲା। ପରେ ଗୁରୁତରଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଯାଜପୁର ଜିଲ୍ଲାପାଳଙ୍କ ସମେତ ଯାଜପୁର ଏସପି, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଧର୍ମଶାଳା ବିଧାୟକ ଦୁର୍ଘଟଣା ସ୍ଥଳ ଏବଂ ଧର୍ମଶାଳା ମେଡ଼ିକାଲରେ ପହଞ୍ଚି ସ୍ଥିତି ପରଖିଥିଲେ। ସେପଟେ ଦୁର୍ଘଟଣାଗ୍ରସ୍ତ ବସକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା