Masthead

ଆଉ ନାହାନ୍ତି ଜଲାଲ ଆଦେନୀ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ଓଲିଉଡ ଫିଲ୍ମ ଓ ଆଲବମ୍ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଜଲାଲ ଆଦେନୀଙ୍କ ୮୫ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ହୃଦଘାତ ହେତୁ କଟକ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଯାଇଛି। ସେ ଏକ ଧାରାରେ ଜଣେ ପ୍ରୟୋଜକ, ଚଳଚ୍ଚିତ୍ର ନିର୍ଦ୍ଦେଶକ, ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, ଗୀତିକାର ତଥା ଅଭିନେତା ଥିଲେ। ଓଡ଼ିଆ ଚଳଚିତ୍ର ‘ଅନୁତାପ’ ସହ ଅନେକ ଓଡ଼ିଆ ହିଟ୍ ଫିଲ୍ମର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଜଲାଲ ।

ନିଦ ଭରା ରାତି ମଧୁଝରା ପ୍ରୀତି,ନୂପୁର କାହିଁକି ଆଜି ବାନ୍ଧିଲି, ମୁଁ ତୁମକୁ ଭଲ ପାଏ, ରୁଷିଛି ଅଭିମାନିନୀ ଭଳି ଅନେକ ଲୋକପ୍ରିୟ ଗୀତର ସେ ଥିଲେ ସଂଗୀତ ନିର୍ଦ୍ଦେଶକ । ୧୯୭୬ ମସିହାର ‘ହୀରା ମୋତି ମାଣିକ’ ଥିଲା ତାଙ୍କର ସବୁଠୁ ଚର୍ଚ୍ଚିତ ଫିଲ୍ମ । ସ୍ୱର୍ଗତ ଆଦେନୀଙ୍କ ପରଲୋକ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ