Masthead

ଆଉ ନାହାନ୍ତି ଜଲାଲ ଆଦେନୀ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ଓଲିଉଡ ଫିଲ୍ମ ଓ ଆଲବମ୍ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଜଲାଲ ଆଦେନୀଙ୍କ ୮୫ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ହୃଦଘାତ ହେତୁ କଟକ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଯାଇଛି। ସେ ଏକ ଧାରାରେ ଜଣେ ପ୍ରୟୋଜକ, ଚଳଚ୍ଚିତ୍ର ନିର୍ଦ୍ଦେଶକ, ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, ଗୀତିକାର ତଥା ଅଭିନେତା ଥିଲେ। ଓଡ଼ିଆ ଚଳଚିତ୍ର ‘ଅନୁତାପ’ ସହ ଅନେକ ଓଡ଼ିଆ ହିଟ୍ ଫିଲ୍ମର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଜଲାଲ ।

ନିଦ ଭରା ରାତି ମଧୁଝରା ପ୍ରୀତି,ନୂପୁର କାହିଁକି ଆଜି ବାନ୍ଧିଲି, ମୁଁ ତୁମକୁ ଭଲ ପାଏ, ରୁଷିଛି ଅଭିମାନିନୀ ଭଳି ଅନେକ ଲୋକପ୍ରିୟ ଗୀତର ସେ ଥିଲେ ସଂଗୀତ ନିର୍ଦ୍ଦେଶକ । ୧୯୭୬ ମସିହାର ‘ହୀରା ମୋତି ମାଣିକ’ ଥିଲା ତାଙ୍କର ସବୁଠୁ ଚର୍ଚ୍ଚିତ ଫିଲ୍ମ । ସ୍ୱର୍ଗତ ଆଦେନୀଙ୍କ ପରଲୋକ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା