Masthead

ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ଆତଙ୍କୀ ଆକ୍ରମଣ

ଜମ୍ମୁକଶ୍ମୀର (ବଡ଼ ଖବର ବ୍ୟୁରୋ): ଜମ୍ମୁ-କାଶ୍ମୀରରେ ଦୁଇ ଦୁଇଟି ଆତଙ୍କବାଦୀ ଆକ୍ରମଣ । ଅନନ୍ତନାଗରେ ପର୍ଯ୍ୟଟକଙ୍କୁ ଗୁଳିମାରି ହତ୍ୟା । ସୋପିଆନରେ ବିଜେପି ନେତାଙ୍କୁ ହତ୍ୟା । ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ହୋଇଛି ଆତଙ୍କବାଦୀ ଆକ୍ରମଣ। ଅନନ୍ତନାଗ ଓ ସୋପିଆନରେ ଦୁଇ ଦୁଇ ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଗୁଳିକରି ପର୍ଯ୍ୟଟକ ଦମ୍ପତ୍ତି ଓ ଜଣେ ବିଜେପି ନେତାଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ ।

ଆତଙ୍କବାଦୀମାନେ ଜମ୍ମୁକଶ୍ମୀରର ଅନନ୍ତନାଗରେ ଏକ ପର୍ଯ୍ୟଟକ କ୍ୟାମ୍ପ ଉପରେ ଆକ୍ରମଣ କରିଥିଲେ । ଫଳରେ ଜୟପୁରରୁ କଶ୍ମୀର ବୁଲିବାକୁ ଆସିଥିବା ଟୁରିଷ୍ଟ ଦମ୍ପତ୍ତି ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେହିପରି ସୋପିଆନା ହିରାପୋରା ଇଲାକାରେ ଆତଙ୍କବାଦୀମାନେ ଜଣେ ବିଜେପି ନେତା ତଥା ପୂର୍ବତନ ସରପଞ୍ଚ ଏଜାଜ ଅହମଦଙ୍କ ଉପରେ ଗୁଳିମାଡ କରିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ