Masthead

ଲୋକଙ୍କଠାରୁ ସିଧାସଳଖ ଅଭିଯୋଗ ଗ୍ରହଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲିଠାରୁ ଭୁବନେଶ୍ବରର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟାରୁ ସେଠାରେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିବେ। ତେଣୁ ଏହି ଅଭିଯୋଗ ଶୁଣାଣି ପାଇଁ ସେହିଦିନ ଉକ୍ତ ସ୍ଥାନରେ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ପଞ୍ଜୀକରଣ କରିବାକୁ କୁହାଯାଇଛି।

ଏହାସହ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଯେ ଜିଲ୍ଲାପାଳମାନେ ମଧ୍ୟ ଜିଲ୍ଲା ସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବେ। ଅଭିଯୋଗ ଶୁଣାଣି ପରେ ଏହାର ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବେ। ମୁଖ୍ୟମନ୍ତ୍ରୀଙ୍କ ଜନତା ଦରବାରରେ ଆଗକୁ ସବୁ ବିଭାଗର ମନ୍ତ୍ରୀମାନେ ଉପସ୍ଥିତ ରହିପାରନ୍ତି । ଏ ନେଇ ବିସ୍ତୃତ ଯୋଜନା ରହିଛି । ମୁଖ୍ୟମନ୍ତ୍ରୀ ସବୁ ବିଭାଗର ସମସ୍ୟା ଶୁଣିବା ସହ ଅଭିଯୋଗଗୁଡ଼ିକୁ ସଂପୃକ୍ତ ବିଭାଗ ପାଖକୁ ପଠାଇବେ । ବିଭାଗୀୟ ମନ୍ତ୍ରୀମାନେ ସେଠାରେ ଉପସ୍ଥିତ ରହିବା ସହ ତ୍ୱରିତ୍ ପଦକ୍ଷେପ ନେଇ ଅଭିଯୋଗ ସମାଧାନ ପାଇଁ ବ୍ୟବସ୍ଥା କରିବେ । କିନ୍ତୁ କେବେଠାରୁ ମନ୍ତ୍ରୀମାନେ ସେଠାକୁ ଆସିବେ ସେ ନେଇ କୌଣସି ନିଷ୍ପତ୍ତି ହୋଇନି ।

ଏବେ କେବଳ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଉପସ୍ଥିତ ରହିବେ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏଠାରେ ବ୍ୟାରିକେଡ୍ ବ୍ୟବସ୍ଥା ହୋଇଛି । ଲୋକେ ପ୍ରଥମେ ଧାଡ଼ିରେ ରହି ପଞ୍ଜିକରଣ କରିବେ । ଲୋକଙ୍କୁ ବର୍ଷା ଓ ଖରାରୁ ରକ୍ଷା ପାଇଁ ପର୍ଯ୍ୟାପ୍ତ ସେଡ୍ ବ୍ୟବସ୍ଥା ହୋଇଛି । ଦିବ୍ୟାଙ୍ଗଙ୍କୁ ଛିଡ଼ା ନ କରି ବସାଇବା ସୁବିଧା କରାଯାଇଛି ।

ଯେଉଁଠାରେ ଅଭିଯୋଗ ଶୁଣାଯିବ ସେହି ହଲରେ ପର୍ଯ୍ୟାପ୍ତ ଚେୟାର ପକାଯାଇଛି । ଜରୁରାକାଳୀନ ଚିକିତ୍ସା ପାଇଁ ଅଭିଯୋଗ ପ୍ରକୋଷ୍ଠ ପରିସରରେ ଆଶୁ ଚିକିତ୍ସା ସୁବିଧା ରହିବ । ଏଠାରେ କ୍ୟାପିଟାଲ ହସ୍ପିଟାଲର ଡାକ୍ତର ନିୟୋଜିତ ହେବେ । ପ୍ରାଥମିକ ଚିକିତ୍ସା ସେବା ପାଇଁ ସବୁ ସୁବିଧା ରହିବ । ଗୋଟିଏ ଆମ୍ବୁଲାନ୍ସ ମଧ୍ୟ ମହଜୁଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ବିଶ୍ରାମ ପାଇଁ ଏକ ସ୍ୱତନ୍ତ୍ର ବିଶ୍ରାମ କକ୍ଷ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼