ଝାରସୁଗୁଡ଼ା ଉପନିର୍ବାଚନ, ଜମୁଛି ପ୍ରଚାର ମଇଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ । ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର । ଝାରସୁଗୁଡ଼ା ଜିତିବା ପାଇଁ ସବୁ ଦଳ ଅଣ୍ଟା ଭିଡିଛନ୍ତି । ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ପାଇଁ କ୍ୟାମ୍ପେନିଂ କରୁଛନ୍ତି ଷ୍ଟାର ପ୍ରଚାରକ । ବିଜେପି ଝାରସୁଗୁଡା ମୁନିସିପାଲଟିର ବେହେରାମଲ ୯ନଂ ୱାର୍ଡରେ ଘରକୁ ଘର ବୁଲି ଭୋଟ୍ ଭିକ୍ଷା କରିଛି । ବିଜେପି ର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ବିଜେପି ରାଜ୍ୟ ମହିଳା ମୋର୍ଚ୍ଚା ସଭାପତି ସ୍ମୁତି ପଟ୍ଟନାୟକ ଦଳୀୟ କର୍ମୀଙ୍କ ସହ ଆଜି ପ୍ରଚାର ଚଳାଇଛନ୍ତି। ସକାଳୁ ପ୍ରଥମେ ବେହେରାମଲ ସ୍ଥିତ ତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କରି ଆଜିର ପ୍ରଚାର ଆରମ୍ଭ କରିଛନ୍ତି।

୨୫ ବର୍ଷର ଅହଙ୍କାରୀ ବିଜେଡି ସରକାର ଶାସନ ରେ ଜନସାଧାରଣ ଅସ୍ତବ୍ୟସ୍ତ ହୋଇ ଯାଇଛନ୍ତି ତେଣୁ ଏଥର ଝାରସୁଗୁଡାରେ ବିଜେପିକୁ ସମସ୍ତେ ଭୋଟ ଦେବେ ବୋଲି ପ୍ରଚାର ସମୟରେ ସମୀର ମହାନ୍ତି କହିଛନ୍ତି । ଗୋଟିଏ ପଟେ ବିଜେଡି ମହିଳା କର୍ମୀ ସମ୍ମିଳନୀ କରୁଥିବା ବେଳେ ଅନ୍ୟପଟେ ମହିଳା ଭୋଟରକୁ ହାତେଇବା ପାଇଁ ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାପତି ସ୍ମୃତି ପଟ୍ଟନାୟକ ଘରକୁ ଘର ବୁଲି ଡୋର ଟୁ ଡୋର ପ୍ରଚାର କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’