୫ଘଣ୍ଟାରେ ଶେଷ ହେଲା ଜଉକଣ୍ଢେଇ ବିବାହ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ୫ଦିନରେ ହେଉଥିବା ଜଉ କଣ୍ଢେଇ ବିବାହ ୫ଦିନରେ ଶେଷ ହେଲା । ବାଲେଶ୍ୱର ରେମୁଣା ଗୋଲେଇ ନିକଟସ୍ଥ କୋଶମ୍ବ ନଗରର ଦୁବଲାଗଡ଼ ଜଉକଣ୍ଢେଇ ବାହାଘର ଉତ୍ସବ କମିଟି ଦ୍ୱାରା ପ୍ରତିବର୍ଷ ଜ୍ୟେଷ୍ଠ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳନ ହୁଏ ଜଉକଣ୍ଢେଇ ବାହାଘର । ଏହାକୁ ଦୀର୍ଘ ୫ଦିନ ଦରି ପାଳନ କରନ୍ତି ଅଂଚଳବାସୀ । ଚଳିତବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ ରଖି ୫ଘଣ୍ଟା ମଧ୍ୟରେ ପ୍ରତୀକାତ୍ମକ ଭାବରେ ସମଲେଇ ଓ ଶମ୍ଭୁନାଥ ଜଉକଣ୍ଢେଇ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଯାଇଛି । ଏହି ପରମ୍ପରା ଓ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ଦୁଇ ଜଉକଣ୍ଢେଇ ଶିଳ୍ପୀ ପରିବାର ଆଗେଇ ଆସିଥିଲେ ।

ବର କର୍ତ୍ତାକର୍ତ୍ତୀ ଭାବରେ ମଦନ ମୋହନ ସାହୁ ଓ ସୁକାନ୍ତି ସାହୁ ଓ କନିଆ କର୍ତ୍ତାକର୍ତ୍ତୀ ଭାବରେ ଭବେନ୍ଦ୍ରନାଥ ଦେ ଓ କବିତା ଦେ ବିବାହ କାର୍ଯ୍ୟକୁ ସଂପାଦନ କରିଛନ୍ତି । କମିଟିର ପ୍ରଥାନୁଯାୟୀ ବରକନ୍ୟା ଉଭୟ ପକ୍ଷ ଉଭୟକୁ ଯୌତୁକ ପ୍ରଦାନ କରି କନିଆକର୍ତ୍ତା ପକ୍ଷରୁ ୟାଶ ବାତ୍ୟା ଜନିତ ସବୁଜିମାର କ୍ଷୟକ୍ଷତିର ଭରଣା ପାଇଁ ଚାରାଗଛ ପ୍ରଦାନ କରିଥିବା ବେଳେ ବର ପକ୍ଷରୁ କୋଭିଡ ୧୯ ପାଇଁ ମାସ୍କ ଓ ସାନିଟାଇଜର ବଣ୍ଟନ ପ୍ରଦାନ କରିଥିଲେ । ତେବେ ପ୍ରତିବର୍ଷ ହଜାର ହଜାର ଲୋକ ଯୋଗ ଦେଉଥିବା ବେଳେ ଚଳିତ ବର୍ଷ ୨୦ ଜଣ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ