Masthead

ଜୟ ଢୋଲକିଆ ବିଜେପି ପ୍ରାର୍ଥୀ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା । ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାଁ ଘୋଷଣା । କାଲି ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିବେ ଜୟ । ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ଆସନ୍ତାକାଲି ନୂଆପଡ଼ାରେ ବିଶାଳ ସମାବେଶ । ସେପ୍ଟେମ୍ବର ୮ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ହୋଇଥିଲା। ସେ ନୂଆପଡ଼ାରୁ ୨ ଥର ବିଧାୟକ ଭାବେ ନିର୍ବାଚନ ହୋଇଥିଲେ । ତେବେ ତାଙ୍କ ଦେହାନ୍ତ ପରେ ନୂଆପଡ଼ା ଆସନ ଖାଲି ପଡିଥିଲା । ଉପନିର୍ବାଚନ ଲାଗି ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନର ।

ସେପଟେ ଉଭୟ ବିଜେଡି-ବିଜେପିଙ୍କ ମଧ୍ୟରେ ପ୍ରାର୍ଥୀ କିଏ ହେବ ? ସେନେଇ ଛକାପଞ୍ଝା ଚାଲିଥିଲା । ହେଲେ ଶେଷରେ ବିଜେପିରେ ସାମିଲ ହୋଇଥିଲେ ଦିଂବଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ପୁଅ ଜୟ ଢୋଲକିଆ । ବିଜେପି ତରଫରୁ ଉପନିର୍ବାଚନରେ ଲଢିବା ଏକପ୍ରକାର ନିଶ୍ଚିତ ଥିଲା । ତଥାପି ଆନୁଷ୍ଠାନିକ ଘୋଷଣାକୁ ଅପେକ୍ଷା କରାଯାଇଥିଲା । ବୁଧବାର ଦିନ କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଜୟ ଢୋଲକିଆଙ୍କ ନାଁରେ ମୋହନ ବାଜିଥିଲା । ଆଗାମୀ ନୂଆପଡ଼ା ଉପନିର୍ବାଚନରେ ଜୟ ଢୋଲକିଆ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବା ନେଇ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ