Masthead

ଆଜି ନୁହେଁ ୧୮ରେ ଜୟଙ୍କ ନାମାଙ୍କନ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡା ଉପନିର୍ବାଚନ ପାଇଁ ମଇଦାନ ପ୍ରସ୍ତୁତି। ନୂଆପଡ଼ରେ ହେବ ତ୍ରିମୁଖୀ ଲଢ଼େଇ। ତିନ ଦଳ ୩ ଯୋଦ୍ଧା ପ୍ରସ୍ତୁତ। ବିଜେଡିରୁ ସ୍ନେହାଙ୍ଗିନୀ ଛୁରିଆ, ବିଜେପିରୁ ଜୟ ଢ଼ୋଲକିଆ, କଂଗ୍ରେସର ଘାସିରାମ ମାଝୀ। ଆଜି ନାମାଙ୍କନପତ୍ର ଦାଖଲ କରିବେ ନାହିଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ଜୟ । ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାଁ ଘୋଷଣା କରିଛି ବିଜେପି ।

ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ମିଶିଥିଲେ ଜୟ । ଏଥିପାଇଁ ବିଜେପି  ମେଗା ସୋ ଆୟୋଜନ କରିଛି । ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି  ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ  ସିଂହ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି,  ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ସମେତ ମନ୍ତ୍ରୀ,  ସାଂସଦ, ବିଧାୟକ ଓ ଦଳର ପଦାଧିକାରୀମାନେ  ସାମିଲ ହେବେ। ସକାଳ ସାଢ଼େ ୧୦ଟାରେ  ନୂଆପଡ଼ା ଗୋତମା ଏୟାରଷ୍ଟ୍ରିପରେ ମିଶ୍ରଣ  ପର୍ବ ଆୟୋଜିତ ହେବ । ବିଜେଡି ଓ ବିଜେପିର  ବହୁ କର୍ମୀ ଓ ନେତାମାନେ ବିଜେପିରେ ସାମିଲ  ହେବେ ।

ଏହାପରେ ବିଶାଳ ଶୋଭାଯାତ୍ରାରେ ଯାଇ  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜୟ ନାମାଙ୍କନ ଦାଖଲ କରିବେ। ନୂଆପଡ଼ାରେ ବିଜେଡି ଖେଳିଲା  ସରପ୍ରାଇଜ୍‌ କାର୍ଡ । ବରଗଡ଼ ଜିଲ୍ଲା ଅତାବିରାରୁ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଆଣି ନୂଆପଡ଼ା ଉପନିର୍ବାଚନରେ ପ୍ରାର୍ଥୀ କରିଛି ବିଜେଡି । ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀଙ୍କୁ ପ୍ରାର୍ଥୀ ଘୋଷଣା କରି ନବୀନ ସଭିଙ୍କୁ ଚମକାଇ ଦେଇଛନ୍ତି । ଏଭଳି ପ୍ରାର୍ଥୀତ୍ୱ ପଛରେ ବିଜେଡିର କି ଯୋଜନା ଅଛି, ତାହା କେହି ଠଉରାଇ ପାରୁନାହାନ୍ତି ।  କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆସନ୍ତା  ୧୮ରେ ନାମାଙ୍କନପତ୍ର ଦାଖଲ କରିବେ । ଏଥିପାଇଁ  ବିଶାଳ ଶୋଭାଯାତ୍ରା ଆୟୋଜନରେ ଲାଗିଛି  କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ