Masthead

ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ । ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର । ୧୩ ତାରିଖରେ ଭୋଟ ଗଣତି କରାଯିବ । ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଧାର୍ଯ୍ୟ ହୋଇଛି । ମେ’ ୧୦ରେ ହେବ ଭୋଟ ଗ୍ରହଣ । ମେ’ ୧୩ରେ ଭୋଟ ଗଣତି କରାଯିବ । ଏଥିପାଇଁ ଏପ୍ରିଲ ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି । ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ୨୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ୨୪ ତାରିଖ ରହିଛି ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ଦିନ ।

ସେହି ଦିନ ହିଁ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ପରେ ଝାରସୁଗୁଡ଼ା ବିଧାନସଭା ଆସନ ଖାଲିପଡିଛି । ଝାରସୁଗୁଡ଼ାରୁ ବିଧାନସଭାକୁ ପ୍ରତିନିଧିତ୍ୱ କରୁଥିବା ନବ ଦାସଙ୍କ ମୃତୁ୍ୟ ପରେ ସେଠାରେ କେବେ ଉପନିର୍ବାଚନ ହେବ ତା’କୁ ନେଇ ଲାଗିରହିଥିବା କଳ୍ପନାଜଳ୍ପନା । ଏବେ ସେହି ସେହି କଳ୍ପନାଜଳ୍ପନାର ଅନ୍ତ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ