Masthead

ଝାରସୁଗୁଡ଼ା ଉପନିର୍ବାଚନ: ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ଦୀପାଲି ଦାସ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ । ଆଜି ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ଦୀପାଲି ଦାସ । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିବେ । ଦୀପାଲି ଦାସ ପୂର୍ବରୁ ୧୫ ତାରିଖରେ ନବୀନ ନିବାସ ଯାଇ ଦଳର ନେତା, ସଂଗଠନ ସଂପାଦକ ଏବଂ ଦଳୀୟ ପର୍ୟ୍ୟବେକ୍ଷକଙ୍କ ସହ ଆଲୋଚନା କରିଥିଲେ । ଗତକାଲି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଭବ୍ୟ ପଟୁଆରରେ ଆସି ନାମାଙ୍କନ ଦାଖଲ କରିଥିଲେ ।

ଶୋଭାଯାତ୍ରାରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ସମୀର ମହାନ୍ତି, କନକବର୍ଦ୍ଧନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁ, ସାଂସଦ ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ବିଧାୟକ ଭବାନୀ ଶଙ୍କର ଭୋଇ, ନାଉରୀ ନାୟକ, ଶଙ୍କର ଓରାମ, ଲେଖାଶ୍ରୀ ସାମନ୍ତସିଂହାର, ପ୍ରଦୀପ ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ । କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ମଧ୍ୟ ନାମାଙ୍କନ ଦାଖଲ କରି ସାରିଛନ୍ତି । ଏବେ ଜମିବ ପ୍ରଚାର ମଇଦାନ । ଝାରସୁଗୁଡ଼ାରେ ହେବ ଜୋରଦାର ଫାଇଟ । ଝାରସୁଗୁଡ଼ା ଆସନ ହାତେଇବା ପାଇଁ ୩ ପ୍ରମୁଖ ଦଳ ବିଜେଡି-ବିଜେପି-କଂଗ୍ରେସ ଅଣ୍ଟା ଭିଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର