ଝାରସୁଗୁଡ଼ା ଉପନିର୍ବାଚନ, ଆଜି ହେବ ପ୍ରାର୍ଥିପତ୍ର ଯାଞ୍ଚ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ । ଆଜି ହେବ ପ୍ରାର୍ଥିପତ୍ର ଯାଞ୍ଚ । ଗତକାଲି ନାମାଙ୍କନ ଦାଖଲର ଶେଷ ଦିନ ଥିଲା । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ୧୪ ଜଣ ନାମାଙ୍କନ ଦାଖଲ କରିଛନ୍ତି । ଆଜି ସମସ୍ତଙ୍କ ପ୍ରାର୍ଥିପତ୍ର ଯାଞ୍ଚ ହେବ । ପ୍ରାର୍ଥୀ ଚାହିଁଲେ ଆସନ୍ତା ୨୪ରେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ସେପଟେ ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳିରେ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାବଳୀର ଠିକ ଅନୁପାଳନ ହେଉଛି କି ନାହିଁ । ତାହା ତଦାରଖ କରିବାକୁ ସାଧାରଣ ପର୍ଯ୍ୟବେକ୍ଷକ ଆଇଏଏସ ଡକ୍ଟର ଅହମ୍ମଦ ଇକବାଲ ଓ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାରତୀୟ ରାଜସ୍ୱ ସେବା ଅଧିକାରୀ ଶିତୋଲେ ସତୀଶ ବିଶ୍ୱନାଥ ଝାରସୁଗୁଡାରେ ପହଞ୍ଚିଛନ୍ତି । ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ପଡିବ । ୧୩ରେ ଗଣତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’