Masthead

ଝାରସୁଗୁଡ଼ା ଉପନିର୍ବାଚନ, ଜନତା ବାଛୁଛନ୍ତି ନେତା

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଛି ଭୋଟ ଗ୍ରହଣ । ୯ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ୨୫୩ ବୁଥରେ ଚାଲିଛି ଭୋଟ ଗ୍ରହଣ । ୨ ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର ମତଦାନ କରିବେ । ୧ ଲକ୍ଷ ୧୦ ହଜାର ୩୨୦ ପୁରୁଷ ଭୋଟର ରହିଥିବାବେଳେ ମହିଳା ଭୋଟର ଅଛନ୍ତି ୧ ଲକ୍ଷ ୧୦ ହଜାର ୬୮୭ ଏବଂ ୬୩ ଜଣ ଟ୍ରାନସଜେଣ୍ଡର ଭୋଟର ଅଛନ୍ତି। ୨୫୩ଟି ବୁଥରୁ ୧୪୪ଟି ବୁଥ୍ ଉତ୍ତେଜନାପ୍ରବଣ ଓ ସମ୍ବେଦନଶୀଳ ରହିଥିବାବେଳେ ପ୍ରଥମ ଥର ପାଇଁ ସବୁ ବୁଥରେ ଓ୍ବେବକାଷ୍ଟିଂ କରାଯାଉଛି।

ବୁଥଗୁଡ଼ିକରେ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ୨୬ଟି ପିଙ୍କ୍ ଓ ମ୍ୟୁନିସିପାଲିଟି ଅଞ୍ଚଳକୁ ଛାଡି ବିଭିନ୍ନ ପଞ୍ଚାୟତରେ କରାଯାଇଛି ୪୦ଟି ମଡେଲ ବୁଥ୍ । ନିର୍ବାଚନ ପରିଚାଳନା ପାଇଁ ମୋଟ୍ ୧୦୧୨ ଜଣ ପୋଲିଂ ଅଫିସର, ୧୦୮ ଜଣ ରିଜର୍ଭ ପୋଲିଂ ଅଫିସର, ୧୦୪ ଜଣ ମହିଳା ପୋଲିଂ ଅଫିସର ରହିଛନ୍ତି । ତେବେ ଉପନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୬ କମ୍ପାନୀ କେନ୍ଦ୍ରୀୟ ଅର୍ଦ୍ଧ- ସାମରିକ ବାହିନୀ ସହ ଓଡ଼ିଶା ପୋଲିସର ୧୯ ପ୍ଳାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ୨୫ଟି ମୋବାଇଲ ସ୍କ୍ୱାଡ୍ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ