Masthead

ଝାରସୁଗୁଡ଼ା ଉପନିର୍ବାଚନ, ଜନତା ବାଛୁଛନ୍ତି ନେତା

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଛି ଭୋଟ ଗ୍ରହଣ । ୯ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ୨୫୩ ବୁଥରେ ଚାଲିଛି ଭୋଟ ଗ୍ରହଣ । ୨ ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର ମତଦାନ କରିବେ । ୧ ଲକ୍ଷ ୧୦ ହଜାର ୩୨୦ ପୁରୁଷ ଭୋଟର ରହିଥିବାବେଳେ ମହିଳା ଭୋଟର ଅଛନ୍ତି ୧ ଲକ୍ଷ ୧୦ ହଜାର ୬୮୭ ଏବଂ ୬୩ ଜଣ ଟ୍ରାନସଜେଣ୍ଡର ଭୋଟର ଅଛନ୍ତି। ୨୫୩ଟି ବୁଥରୁ ୧୪୪ଟି ବୁଥ୍ ଉତ୍ତେଜନାପ୍ରବଣ ଓ ସମ୍ବେଦନଶୀଳ ରହିଥିବାବେଳେ ପ୍ରଥମ ଥର ପାଇଁ ସବୁ ବୁଥରେ ଓ୍ବେବକାଷ୍ଟିଂ କରାଯାଉଛି।

ବୁଥଗୁଡ଼ିକରେ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ୨୬ଟି ପିଙ୍କ୍ ଓ ମ୍ୟୁନିସିପାଲିଟି ଅଞ୍ଚଳକୁ ଛାଡି ବିଭିନ୍ନ ପଞ୍ଚାୟତରେ କରାଯାଇଛି ୪୦ଟି ମଡେଲ ବୁଥ୍ । ନିର୍ବାଚନ ପରିଚାଳନା ପାଇଁ ମୋଟ୍ ୧୦୧୨ ଜଣ ପୋଲିଂ ଅଫିସର, ୧୦୮ ଜଣ ରିଜର୍ଭ ପୋଲିଂ ଅଫିସର, ୧୦୪ ଜଣ ମହିଳା ପୋଲିଂ ଅଫିସର ରହିଛନ୍ତି । ତେବେ ଉପନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୬ କମ୍ପାନୀ କେନ୍ଦ୍ରୀୟ ଅର୍ଦ୍ଧ- ସାମରିକ ବାହିନୀ ସହ ଓଡ଼ିଶା ପୋଲିସର ୧୯ ପ୍ଳାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ୨୫ଟି ମୋବାଇଲ ସ୍କ୍ୱାଡ୍ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା