Masthead

କାହାର ହେବ ଝାରସୁଗୁଡ଼ା?

ଦୀପାଲି, ଟଙ୍କଧର ନା ତରୁଣ, ଝାରସୁଗୁଡ଼ାରେ କିଏ ମାରିବ ବାଜି?

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ):  ଆଜି ଝାରସୁଗୁଡ଼ା ଜନାଦେଶ । କାହାର ହେବ ଝାରସୁଗୁଡ଼ା । କିଏ ମାରିବ ବାଜି । ଦୀପାଲି, ଟଙ୍କଧର ନା ତରୁଣ କାହାର ହେବ ଝାରସୁଗୁଡ଼ା । ଆଜି ହେବ ଭାଗ୍ୟ ନିର୍ଦ୍ଧାରଣ । ସକାଳ ୮ରେ ଆରମ୍ଭ ହେବ ଗଣତି । ପ୍ରଥମେ ପୋଷ୍ଟାଲ ବାଲେଟ ଗଣତି କରାଯିବ । ୮.୩୦ରେ ଖୋଲିବ ଇଭିଏମ । ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ । କଡ଼ା ସୁରକ୍ଷା ମଧ୍ୟରେ ରହିଛି ଇଭିଏମ । ଭିଭିପାଟ ଓ ପୋଷ୍ଟାଲ ବାଲେଟ କାଉଣ୍ଟିଂ ପାଇଁ ଅଲଗା ଅଲଗା ଟେବୁଲ କରାଯାଇଛି । ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର, ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ ଏବଂ ଜଣେ କାଉଣ୍ଟିଂ ଅବଜରଭର ରହିବେ। ଜେନେରାଲ ଅବଜରଭରଙ୍କ ପ୍ରତିନିଧି ଭାବେ ମାଇକ୍ରୋ ଅବଜରଭର ରହିବେ। ଭୋଟ ଗଣତି ପାଇଁ ୨୦ ଜଣ କାଉଣ୍ଟିଂ ସୁପରଭାଇଜର, ୨୦ ଜଣ କାଉଣ୍ଟିଂ ଅସିଷ୍ଟାଣ୍ଟ ଏବଂ ୨୦ ଜଣ କାଉଣ୍ଟିଂ ଅବଜରଭ ରହିବେ। ପ୍ରତି ଟେବୁଲରେ କାଉଣ୍ଟିଂ ଅନୁସାରେ ଅଧିକାରୀ ନିୟୋଜିତ ହେବେ । ଗଣତି କେନ୍ଦ୍ର ବାହାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ନିର୍ବାଚନ କମିଶନଙ୍କ ୱେବସାଇଟ ଜରିଆରେ ସାଙ୍ଗେ ସାଙ୍ଗେ ଗଣତିର ଅପଡେଟ୍ ମିଳିପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ