Masthead

ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଉପନିର୍ବାଚନରେ ଦୀପାଲି ଦାସଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ । ପ୍ରଥମେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଲେ ନବ ଦାସ ଜଣେ ଲୋକପ୍ରିୟ ନେତା, ଦକ୍ଷ ବିଧାୟକ ଓ ମନ୍ତ୍ରୀ ଭାବରେ ସାରା ଓଡିଶାରେ ପରିଚିତ ଥିଲେ ତାଙ୍କ କାମ ପାଇଁ ଝାରସୁଗୁଡାବାସୀ ସବୁବେଳେ ତାଙ୍କୁ ମନେ ରଖିବେ। ତାଙ୍କ ଦାୟିତ୍ବ ନେବାପାଇଁ ତାଙ୍କ ଝିଅ ଦୀପାଲି ଦାସ ଆଗେଇ ଆସିଛନ୍ତି । ସମାଜସେବାରେ ତାଙ୍କର ବିଶେଷ ରୁଚି ରହିଛି । ବିଶ୍ବାସ, ଝାରସୁଗୁଡାବାସୀଙ୍କ ସେବାର ସୁଯୋଗ ମିଳିଲେ, ସେ ତାକୁ ଦକ୍ଷତାର ସହ ପାଳନ କରିପାରିବେ ।  ଝାରସୁଗୁଡା ସବୁବେଳେ ବିକାଶ ସାଥିରେ ରହିଛି । ବିଜୁ ଜନତା ଦଳ ମା ମାନଙ୍କ କଲ୍ୟାଣରେ ବିଶ୍ବାସ କରେ । ଶିଳ୍ପ କ୍ଷେତ୍ରରେ ଝାରସୁଗୁଡାର ସ୍ବତନ୍ତ୍ର ପରିଚୟ ରହିଛି । ଆପଣମାନଙ୍କ ସହଯୋଗ ଜାରି ରହିଲେ, ଝାରସୁଗୁଡା ଦେଶର ଏକ ନମ୍ବର ଶିଳ୍ପ ସମୃଦ୍ଧ ଜିଲ୍ଲା ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ