Masthead

ସମର୍ଥ ହତ୍ୟା ଘଟଣା, ହାତ କାଟିଲା ଅଭିଯୁକ୍ତ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ସମର୍ଥ ଅଗ୍ରୱାଲ ହତ୍ୟା ଘଟଣା । ହତ୍ୟା ଘଟଣା ନୂଆ ମୋଡ଼ ନେଇଛି । ହାତ କାଟି ଆତ୍ମହତ୍ୟା ଉଦ୍ୟମ କରିଛି ମୁଖ୍ୟ ଅଭିଯୁକ୍ତ ଅମିତ ଶର୍ମା । ରିଜର୍ଭ ବାଟାଲିଅନ ବାର୍ଥରୁମ କାଚ ଭାଙ୍ଗି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ଅମିତ ଶର୍ମାଙ୍କୁ ମେଡିକାଲରେ ପୋଲିସ ଭର୍ତ୍ତି କରିଛି । ଭଙ୍ଗା କାଚରେ ହାତ କାଟିବା ସହ ଶରୀରର ଅନ୍ୟ ସ୍ଥାନକୁ ବି କାଟିଛି ।

ଘଟଣାକୁ ନେଇ ପୋଲିସ ତଦନ୍ତ ଚଳାଇଛି । ସୂଚନା ଅନୁସାରେ ଗତ ୨୭ରେ ନାବାଳକ ସମର୍ଥ ଅଗ୍ରୱାଲଙ୍କୁ ଅପହରଣ କରାଯାଇଥିଲା । ରାତିରେ ସମର୍ଥଙ୍କ ମୋବାଇଲରୁ କେହି ଅଜଣା ବ୍ୟକ୍ତି ଫୋନ କରି ତାଙ୍କ ବାପା ସୁନିତଙ୍କୁ ଧମକ ଦେଇ ୫୦ ଲକ୍ଷ ଟଙ୍କା ଦାବି କରିଥିଲା । ପରଦିନ ସମର୍ଥଙ୍କ ଦରପୋଡ଼ା ଶବ ବରଗଡ଼ ଜିଲ୍ଲା ଭେଡ଼େନ ଥାନା ଉଦେପୁର-ବଇପୁର ନିକଟ ବୁଦାମୂଳରୁ ଉଦ୍ଧାର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ