Masthead

ତୃତୀୟଥର ପାଇଁ ରାଷ୍ଟ୍ରପତି ପଦ ବଜାୟ ରଖିଲେ ଜିନ୍‌ପିଙ୍ଗ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଚୀନ୍ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ଜିନ୍‌ପିଙ୍ଗ । ନିର୍ଦ୍ବନ୍ଦ୍ବରେ ପିପୁଲ୍ସ ରିପବ୍ଲିକ ଅଫ୍‌ ଚାଇନା ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ତୃତୀୟଥର ପାଇଁ ରାଷ୍ଟ୍ରପତି ପଦ ବଜାୟ ରଖିଲେ ଜିନ୍‌ପିଙ୍ଗ । ସେ ଆଗାମୀ ୫ ବର୍ଷ ପାଇଁ ଚୀନ୍‌ର ରାଷ୍ଟ୍ରପତି ହୋଇ ରହିବେ। ଏହାଛଡ଼ା, ୱାଙ୍ଗ୍‌ କିଶାନ୍‌ଙ୍କ ସ୍ଥାନରେ ବିଦାୟୀ କାର୍ଯ୍ୟନିର୍ବାହୀ ଉପ-ପ୍ରଧାନମନ୍ତ୍ରୀ ହାନ୍‌ ଝେଙ୍ଗଙ୍କୁ ସି ଜିନ୍‌ପିଙ୍ଗ୍‌ ଉପରାଷ୍ଟ୍ରପତି ଭାବେ ମନୋନୀତ କରିଛନ୍ତି।

ତାଙ୍କ ମନୋନୟକୁ ମଧ୍ୟ ପ୍ରତିନିଧି ଦଳ ସମର୍ଥନ କରି ଭୋଟ୍‌ ଦେଇଛନ୍ତି। ଏଥର ଚୀନ୍‌ର ରାଷ୍ଟ୍ରପତି ନିର୍ବାଚନରେ ସି ଏକାକୀ ପ୍ରତିଦ୍ବନ୍ଦ୍ବିତା କରିଥିବା ବେଳେ ଦେଶର ମୁଖ୍ୟ ଭାବେ ତାଙ୍କୁ ନିର୍ବାଚିତ କରିବାକୁ ଥିଲେ ୨,୯୫୨ଜଣ ପ୍ରତିନିଧି। ସମସ୍ତ ପ୍ରତିନିଧି ସି’ଙ୍କୁ ଭୋଟ୍ ଦେଇଛନ୍ତି। କେହି ଜଣେ ହେଲେ ବି ଭୋଟ୍‌ଦାନରୁ ନିବୃତ୍ତ ରହିନାହାନ୍ତି କି, ତାଙ୍କ ବିରୋଧରେ ଭୋଟ୍‌ ଦେଇ ନାହାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ