Masthead

ଜରୁରୀକାଳୀନ ଡାଟା ଋଣ ସୁବିଧା ଆରମ୍ଭ କଲା ଜିଓ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇସ୍ପିଡ୍ ଡାଟା ବ୍ୟବହାର ଜାରି ରହିଥିବା ସମୟରେ ହଠାତ୍ ଦିନର ଧାର୍ଯ୍ୟ ହାଇସ୍ପିଡ୍ ଡାଟା ଶେଷ ହୋଇଗଲେ ପ୍ରତ୍ୟେକ ମୋବାଇଲ୍ ଡାଟା ବ୍ୟବହାରକାରୀ ତୁରନ୍ତ ଡାଟା ଟପ୍ ଅପ କରିଦିଆନ୍ତି । ରିଚାର୍ଜ କରିବାକୁ ବିଭିନ୍ନ କାରଣରୁ ସମର୍ଥ ହୋଇପାରନ୍ତି ନାହିଁ, ଏକଥା ଜିଓ ହୃଦୟଙ୍ଗମ କରିଛି ।

ସେଥିପାଇଁ ଗ୍ରାହକମାନଙ୍କ ସୁବିଧା ନିମନ୍ତେ ରିଲାଏନ୍ସ ଜିଓ ପକ୍ଷରୁ ଜରୁରୀକାଳୀନ ଡାଟା ଋଣ ସୁବିଧା ଆରମ୍ଭ କରାଯାଇଛି ଯାହାଦ୍ୱାରା ଜିଓ ଗ୍ରାହକମାନେ ଜରୁରୀ ସମୟରେ ଏହି ସୁବିଧାର ଲାଭ ନେଇ ନିରବଚ୍ଛିନ୍ନ ହାଇସ୍ପିଡ ଡାଟା ବ୍ୟବହାର ଜାରି ରଖିପାରିବେ ଏବଂ ଏଥିପାଇଁ ପରବର୍ତ୍ତୀ ସମୟରେ ଦେୟ ପ୍ରଦାନ କରିପାରିବେ ।

ନୂଆ ନୂଆ ଉତ୍ପାଦ ପ୍ରଚଳନ କରିବା ତଥା ଗ୍ରାହକଙ୍କୁ ନିଆରା ଅନୁଭୂତି ପ୍ରଦାନ କରିବାରେ ଜିଓ ଏବେ ଜିଓ ବ୍ୟବହାରକାରୀଙ୍କୁ ସରଳ ଅଥଚ ଶକ୍ତିଶାଳୀ ସମାଧାନ ଯୋଗାଇଦେବ, ଯାହା ସେମାନଙ୍କୁ ହାଇସ୍ପିଡ ଡାଟା ନିରବଚ୍ଛିନ୍ନ ବ୍ୟବହାର କରିବାର ଅନୁଭୂତିକୁ ସୁନିଶ୍ଚିତ କରିବ । ସୂଚନାଯୋଗ୍ୟ ଯେ ଜିଓ ନିଜର ଡାଟା କ୍ଷମତା ଓ ସ୍ପିଡକୁ ପ୍ରାୟତଃ ଦୁଇଗୁଣ କରିବାକୁ ନିକଟରେ ତାହାର ନେଟୱର୍କକୁ ଅଧିକ ସମୃଦ୍ଧ କରିଛି । ସେଥିପାଇଁ ଜିଓ ବ୍ୟବହାରକାରୀମାନେ ଉନ୍ନତ ନେଟୱର୍କ ସଂଯୋଗ ଏବଂ ଅଧିକ ସ୍ପିଡ ଅନୁଭବ କରିପାରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା