Masthead

ଆଜି ରାଜଧାନୀରେ ରୋଡ୍ ସୋ’ କରିବେ ଜେ.ପି. ନଡ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଆଜି ରାଜଧାନୀରେ ରୋଡ ସୋ’ କରିବେ ନଡ୍ଡା। ସକାଳ ୯ଟାରେ ନଡ୍ଡା ମାଉସୀ ମା’ ମନ୍ଦିରଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ। ପରେ ଅପରାହ୍ନରେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ।ଗତକାଲି ରାତିରେ ଭୁବନେଶ୍ୱର ପହଞ୍ଚିବା ପରେ ନଡ୍ଡା ଏକ ହୋଟେଲରେ ବିଜେପି ମହିଳା କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିଥିଲେ। ଜେପି ନଡ୍ଡା ଏହି ଅବସରରେ କହିଥିଲେ ଯେ, ମୋଦି ସରକାରରେ ମହିଳାଙ୍କୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଯଦି ଜଣେ ବ୍ୟକ୍ତି ସଶକ୍ତ ହେଉଛି ତେବେ କେବଳ ଜଣେ ସଶକ୍ତ ହେବ। ଜଣେ ନାରୀ ସଶକ୍ତ ହେଲେ ପୂରା ପରିବାର ସଶକ୍ତ ହେବ।

ସେପଟେ ଆଜି ଓଡ଼ିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ । ଆଜି ସେ ବ୍ରଜରଜନଗର, ବଣେଇ, ଅତାବିରା, ଜଟଣୀରେ ସଭା କରିବେ। ଆସନ୍ତାକାଲି କବିସୂର୍ଯ୍ୟନଗର, କଣ୍ଟାବାଞ୍ଝି , ଲୋଇସିଂହା, ସତ୍ୟବାଦୀ, ପିପିଲିରେ ସମାବେଶ କରିବେ। ଆଜି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ତଳସରା, ବିଜେପୁର, ବୀରମହାରାଜପୁରରେ ସଭା କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତାକାଲି ଆସିବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଂଜନ ଲାଲ ଶର୍ମା। ସେ ସାନଖେମୁଣ୍ଡି, ଦଶପଲ୍ଲା, ଜି. ଉଦୟଗିରିରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି