Masthead

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ମାନସ ଧଳ । ଜଣେ ଶିକ୍ଷକଙ୍କର ବକେୟାଦରମା ପ୍ରଦାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଏକ ବର୍ଷରୁ ଅଧିକ ସମୟ ଧରି ତାଙ୍କ ବକେୟା ଦରମା ପ୍ରଦାନ କରିବା ପାଇଁ ଅଭିଯୋଗକାରୀ ଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବାରମ୍ବାର ଯାଇ ନିବେଦନ କରୁଥିଲେ।

ହେଲେ ସେଠାରେ କାର୍ଯ୍ୟରତ କନିଷ୍ଠ କିରାଣୀ ମାନସ ଧଳ ତାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏହାପରେ ଅଭିଯୋଗକାରୀ ଶିକ୍ଷକ କଟକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଆଜି କନିଷ୍ଠ କିରାଣୀ ମାନସ ଧଳ ଶିକ୍ଷକଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା। ଏହି ମାମଲାରେ ଅନ୍ୟ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଥିବା ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ