Masthead

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ମାନସ ଧଳ । ଜଣେ ଶିକ୍ଷକଙ୍କର ବକେୟାଦରମା ପ୍ରଦାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଏକ ବର୍ଷରୁ ଅଧିକ ସମୟ ଧରି ତାଙ୍କ ବକେୟା ଦରମା ପ୍ରଦାନ କରିବା ପାଇଁ ଅଭିଯୋଗକାରୀ ଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବାରମ୍ବାର ଯାଇ ନିବେଦନ କରୁଥିଲେ।

ହେଲେ ସେଠାରେ କାର୍ଯ୍ୟରତ କନିଷ୍ଠ କିରାଣୀ ମାନସ ଧଳ ତାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏହାପରେ ଅଭିଯୋଗକାରୀ ଶିକ୍ଷକ କଟକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଆଜି କନିଷ୍ଠ କିରାଣୀ ମାନସ ଧଳ ଶିକ୍ଷକଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା। ଏହି ମାମଲାରେ ଅନ୍ୟ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଥିବା ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି