Masthead

୨୫ ହଜାର ଟଙ୍କା ଲାଞ୍ଚ ନେଲାବେଳେ ମାଡି ବସିଲା ଭିଜିଲାନ୍ସ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକର କନିଷ୍ଠଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ । ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କାବୁ କଲା ଭିଜିଲାନ୍ସ ଟିମ । ସୂଚନା ମୁତାବକ ଆଜି ନାଉଗାଁ ବ୍ଳକର କନିଷ୍ଠଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ ଜାମୁଗାଁ ପଞ୍ଚାୟତର ଜଳସରପଡ଼ା ଅଞ୍ଚଳରେ ଏକ ଶ୍ମଶାନ କାର୍ଯ୍ୟର ୪ ଲକ୍ଷ ଟଙ୍କା ବିଲ କରିବା ନିମନ୍ତେ ପ୍ରତାପ ଚନ୍ଦ୍ର କାଣ୍ଡିଙ୍କ ଠାରୁ ନିଜେ ସହଯୋଗୀ ଵାପିନା ଦାସଙ୍କ ସାହାଯ୍ୟରେ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସହଯୋଗୀ ଵାପିନା ଓ କନିଷ୍ଠଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକଙ୍କୁ ମାଡିବସିଛି ଜଗତସିଂହପୁର ଓ କଟକ ଭିଜିଲାନ୍ସ ଟିମ୍ । ଅନ୍ୟପଟେ କନିଷ୍ଠ ଯନ୍ତ୍ରୀଙ୍କ ଅଫିସ ରୁମକୁ ତନଖି ଯାଞ୍ଚ କରୁଛି ଟିମ୍ । ଏହି ଚଢ଼ାଉ କଟକ ଭିଜିଲାନ୍ସ ଟିମ୍ ଓ ଜଗତସିଂହପୁର ଡ଼ିଏସ୍ପି ଅନୁପମା ସାହୁଙ୍କ ଟିମ୍ ସାମିଲ ରହିଥିବାର ଜଣା ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର