Masthead

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

କଟକ (ବଡ଼ ଖବର ବ୍ୟୁରୋ): ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ହେବେ ହାଇକୋର୍ଟ ମୁଖ୍ୟ ବିଚାରପତି । ସୁପି୍ରମକୋର୍ଟ କଲେଜିୟମ ପକ୍ଷରୁ ନାଁ ସୁପାରିସ୍ । ଏବେ ପାଟନା ମୁଖ୍ୟ ନ୍ୟାୟାଳୟରେ ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ । ଅକ୍ଟୋବର ୩ରେ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ କାର୍ଯୟ ନିର୍ବାହୀ ଦାୟିତ୍ୱ ତୁଲାଉଛନ୍ତି ଜଷ୍ଟିସ ବିଦୁ୍ୟତ ରଞ୍ଜନ ଷଡ଼ଙ୍ଗୀ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦ ପାଇଁ ଜଷ୍ଟିସ୍ ସିଂହ ଉପଯୁକ୍ତ ବୋଲି କଲେଜିୟମ୍ ପକ୍ଷରୁ କୁହାଯାଇଛି ।

ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ପଡ଼ିଛି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି କରିବା ପରେ ୧୯୯୦ ମସିହାରେ ଆଇନଜୀବୀ ଭାବେ କାର୍ୟ୍ୟ ଆରମ୍ଭ କରିଥିଲେ ଜଷ୍ଟିସ୍ ସିଂ । ୨୦୧୦ରେ ଅତିରିକ୍ତ ଆଡଭୋକେଟ୍ ଜେନେରାଲ୍ ଭାବେ ତାଙ୍କୁ ନିଯୁକ୍ତ କରିଥିଲେ ବିହାର ସରକାର । ୨୦୧୨ରେ ପାଟନା ହାଇକୋର୍ଟର ଅତିରିକ୍ତ ଜଜ୍ ଭାବେ ତାଙ୍କର ନିଯୁକ୍ତି ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ