ବିଚାର ବିଭାଗୀୟ ହାଜତକୁ ଗଲେ ବିଆରଏସ ନେତ୍ରୀ କେ. କବିତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଚାର ବିଭାଗୀୟ ହାଜତକୁ ଗଲେ ବିଆରଏସ ନେତ୍ରୀ କେ. କବିତା । ଏପ୍ରିଲ ୯ ତାରିଖ ପର୍ୟ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ । ଇଡି ହେପାଜତ ଶେଷ ହେବା ପରେ ବିଚାର ବିଭାଗୀୟ ହାଜତ ଗଲେ କେ.କବିତା । ଏପ୍ରିଲ ୧ ତାରିଖରେ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନର ଶୁଣାଣି । ଦିଲ୍ଲୀ ମଦ ନୀତି ସ୍କାମ୍‌ ମାମଲାରେ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

ତା’ପରେ ତାଙ୍କୁ କୋର୍ଟରେ ହାଜର କରାଇ ରିମାଣ୍ଡରେ ନେଇଥିଲା ଇଡି। ଗତ ସପ୍ତାହରେ ତାଙ୍କୁ ଆଉ ଥରେ ରିମାଣ୍ଡରେ ନେବାକୁ ଇଡିକୁ ଅନୁମତି ଦେଇଥିଲେ କୋର୍ଟ। ଇଡିର ଅଭିଯୋଗ ଅନୁଯାୟୀ, ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ କବିତା ‘ସାଉଥ ଗ୍ରୁପ୍‌’ର ଜଣେ ମୁଖ୍ୟ ସଦସ୍ୟ, ଯାହା ପ୍ରତ୍ୟାହୃତ ହୋଇସାରିଥିବା ନୂଆ ଅବକରୀ ନୀତି ଅଧୀନରେ ଆପ୍‌କୁ ୧୦୦ କୋଟି ଟଙ୍କା ଦେଇ ମଦ ଲାଇସେନ୍‌ସ ପାଇଥିଲା। ଇଡି କହୁଛି ଆପ୍ ଏହି ଅର୍ଥକୁ ଗୋଆ ଓ ପଞ୍ଜାବ ବିଧାନସଭା ନିର୍ବାଚନରେ ଲଗାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!