Masthead

ପ୍ରତିଶ୍ରୁତି ଦେଇ ବିଜେଡି ମୋ ସହ ବିଶ୍ୱାସଘାତକତା କରିଛି: କୈଳାଶ କୁଲେସିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ, ବିଜେପିରେ ମିଶିଲେ । କୈଳାଶ ଚନ୍ଦ୍ର କୁଲେସିକା ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି । କୋରାପୁଟ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ଥିଲେ କୈଳାଶ କୁଲେସିକା । ରାଜ୍ୟ ବିଜେପି ସଭାପତି ଓ ଅନ୍ୟ ପଦାଧିକାରୀଙ୍କ ଉପସ୍ଥିତିରେ କୈଳାସ ବିଜେପିରେ ସାମିଲ ହୋଇଛନ୍ତି । ତାଙ୍କ ସହ ବ୍ଲକ ବିଜେଡି ସଭାପତି ପ୍ରମୋଦ ଖରା ଏବଂ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଶତାଧିକ ସମର୍ଥକ ବିଜେପିରେ ସାମିଲ ହୋଇଛନ୍ତି। ପୂର୍ବରୁ ସେ ବିଜେଡିରେ ଥିଲେ ।

ବିଜେପିରେ ସାମିଲ ହେବା କୈଳାଶ କୁଲେସିକା କହିଛନ୍ତି ଲକ୍ଷ୍ମୀପୁର ପାଇଁ ବିଜେଡି ଟିକେଟ ଘୋଷଣାକୁ ନେଇ ମୁଁ ନିରାଶ। ପ୍ରତିଶ୍ରୁତି ଦେଇ ବିଜେଡି ମୋ ସହ ବିଶ୍ୱାସଘାତକତା କରିଛି । ଲକ୍ଷ୍ମୀପୁରରୁ ଟିକେଟ ଦେବାକୁ ପ୍ରତିଶ୍ରୁତି ଦେଇ ମୋତେ ଦଳରେ ମିଶାଇ ଥିଲେ। କିନ୍ତୁ ଏବେ ଟିକେଟ ନ ଦେଇ ସରକାର ଗଠନ ପରେ ଏସ୍‌ଡିସି ଦେବେ କହୁଛନ୍ତି। ପୁଣି ମୋତେ କୋଟିଏ ଟଙ୍କାର ପ୍ରଲୋଭନ ଦେଖାଉଛନ୍ତି।

ମୋତେ ଯେଉଁ ଆଘାତ ଦେଇଛନ୍ତି ଲୋକେ ଏହାର ପ୍ରତିଶୋଧ ନେବେ’ ବୋଲି କହିଛନ୍ତି କୈଳାସ କୁଲେସିକା । ସୂଚନା ଅନୁସାରେ କୈଳାଶ କୁଲେସିକା ବିଜେଡିରେ ଥିଲେ । ଲକ୍ଷ୍ମୀପୁର ବିଧାନସଭା ଆସନ ପାଇଁ ବିଜେଡି ଟିକେଟ୍‌ ଆଶୟୀ ଥିଲେ । କିନ୍ତୁ ଗତକାଲି ବିଜେଡି ତାଙ୍କୁ ଟିକେଟ୍‌ ଦେଇନଥିଲା। ତାଙ୍କ ବଦଳରେ ପ୍ରଭୁ ଜାନିଙ୍କୁ ଭରସା କରିଥିଲା ବିଜେଡି। ତେବେ ଟିକେଟ୍‌ ନ ମିଳିବାରୁ ସେ ଗତକାଲି ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ