Masthead

ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପାଗ ହଠାତ୍ ପରିବର୍ତ୍ତନ ହୋଇଛି। କିଛି ସ୍ଥାନରେ ଘୂର୍ଣ୍ଣିଝଡ଼ ହେଉଛି। ଅନ୍ୟତ୍ର ମେଘ ଆସିବା ସହିତ ବର୍ଷା ଆଶ୍ୱସ୍ତି ଆଣିଛି। କାଳବୈଶାଖୀ ପ୍ରଭାବରେ ଆସନ୍ତା ୬ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ବର୍ଷା ଯୋଗୁ ପାଗ ଥଣ୍ଡା ରହିବା ସହ ତାତିରୁ ଆଶ୍ୱସ୍ତି ମିଳିବ । ତାତିରେ ଫୁଟୁଥିବା ପଶ୍ଚିମ ଓଡ଼ିଶାର ତାପମାତ୍ରା ଖସିବ । ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ତାତି ପୂରା ଖସିଯିବ । ୩୩ରୁ ୩୫ ଡିଗ୍ରୀ ପାଖାପାଖି ରହିବ । ଏଭଳି ଆକଳନ କରିଛି ପାଣିପାଗ ବିଭାଗ ।

୧ ତାରିଖରେ ମୟୂରଭଞ୍ଜ ଓ ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ଅଛି । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଭଳି ଆକଳନ କରିଛି ପାଣିପାଗ ବିଭାଗ । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କେନ୍ଦୁଝର ଓ ନବରଙ୍ଗପୁରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।  ୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୩, ୪, ୫ ଓ ୬ ତାରିଖରେ ମଧ୍ୟ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଆଶଙ୍କା ଅଛି।

ଗୁରୁବାର ଭୁବନେଶ୍ୱର, କଟକ, ବଲାଙ୍ଗିର ଓ ସୁବର୍ଣ୍ଣପୁରରେ କାଳବୈଶାଖୀ ଯୋଗୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି । ଭୁବନେଶ୍ୱର ଓ କଟକରେ ଘନ ଘନ ବଜ୍ରପାତ ସାଙ୍ଗକୁ ଭୀଷଣ ବର୍ଷା ହୋଇଛି । ବଲାଙ୍ଗିର ସମେତ ପଶ୍ଚିମ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ବି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଥିଲା । ବଲାଙ୍ଗିରରେ ଦିନ ତାପମାତ୍ରା ସର୍ବାଧିକ ୪୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ବୌଦ୍ଧରେ ୪୨, ନୂଆପଡ଼ାରେ ୪୧.୬, ଟିଟିଲାଗଡ଼ରେ ୪୧.୩ ଡିଗ୍ରୀ ରେକର୍ଡ ହୋଇଥିଲା । କାଳବୈଶାଖୀ ପ୍ରଭାବ ଯୋଗୁ ଝାରସୁଗୁଡ଼ାରେ ତାତି ୩୯.୪ ଡିଗ୍ରୀକୁ ଖସି ଆସିଥିଲା । ତାଳଚେରରେ ୩୮.୫, ବରଗଡ଼ରେ ୩୭.୮, ଫୁଲବାଣୀରେ ୩୭.୬ ଡିଗ୍ରୀ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ