Masthead

ବଢ଼ିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରବିବାର ଠାରୁ ବଢ଼ିପାରେ କାଳବୈଶାଖୀ ପ୍ରଭାବରେ ବର୍ଷା । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ୪୦ରୁ ୫୦ କିମି ବେଗରେ ପବନ ବହିବ । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କୁଆପଥର ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି । ସେହିଭଳି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଝାରସୁଗୁଡ଼ା, ତାଳଚେର, ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ତାଳଚେରରେ ସର୍ବାଧିକ ୪୦.୨ ଡିଗ୍ରୀ ରେକର୍ଡ ହୋଇଛି । ଶନିବାର ଚାନ୍ଦବାଲି ଓ ଭଦ୍ରକର କିଛି ସ୍ଥାନରେ ବର୍ଷା ହୋଇଥିଲା । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଖରା ସାଙ୍ଗକୁ ତାତି ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 F15 ପାଇଲଟଙ୍କୁ ଇରାନରୁ ଖୋଜି ବାହାର କଲା ଆମେରିକା 🔴 ‘ଆମେରିକାକୁ ନର୍କରେ ପରିଣତ କରିବୁ’ 🔴 ବଢ଼ିବ କାଳବୈଶାଖୀ ବର୍ଷା 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ଜାତିସଂଘ ସୁରକ୍ଷା ପରିଷଦ ବୈଠକ 🔴 ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ 🔴 ରାଜ୍ୟରେ ଅଚାନକ ବଢ଼ିଛି ତାତି 🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 F15 ପାଇଲଟଙ୍କୁ ଇରାନରୁ ଖୋଜି ବାହାର କଲା ଆମେରିକା 🔴 ‘ଆମେରିକାକୁ ନର୍କରେ ପରିଣତ କରିବୁ’ 🔴 ବଢ଼ିବ କାଳବୈଶାଖୀ ବର୍ଷା 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ଜାତିସଂଘ ସୁରକ୍ଷା ପରିଷଦ ବୈଠକ 🔴 ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ 🔴 ରାଜ୍ୟରେ ଅଚାନକ ବଢ଼ିଛି ତାତି 🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌