ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆହୁରି ୨ଦିନ ଯାଏ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା, ମଙ୍ଗଳବାରଠାରୁ ବଢ଼ିବ ତାତି । ଦିନ ତାପମାତ୍ରାରେ ୨ରୁ ୩ଡିଗ୍ରୀ ବୃଦ୍ଧି ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ। ଆଜି ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତାକାଲି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝରର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି। ସେହିପରି ମଙ୍ଗଳବାର ବାର ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, ପୁର, କଳାହାଣ୍ଡି
