ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଶନିବାର ଉତ୍ତର ଓଡ଼ିଶାରେ ଝଡ଼ବର୍ଷା ଆଶଙ୍କା ଅଛି । ମୟୂରଭଞ୍ଜ ପାଇଁ ଅଧିକ ପ୍ରଭାବ ଥିବାରୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ବି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମୟୂରଭଞ୍ଜରେ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ଉତ୍ତର ଓଡ଼ିଶାର ଅନ୍ୟ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି ।
ଓ ସୁନ୍ଦରଗଡ଼ରେ ବି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୯ ତାରିଖରେ ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୩୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ମାଲକାନଗିରିରେ ଝଡ଼ବର୍ଷା ଆଶଙ୍କା ଅଛି । କୁଆପଥର ସହ ବର୍ଷା ଓ ବିଜୁଳି, ଘଡ଼ଘଡ଼ି ହୋଇପାରେ । ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ ବୋଲି ପୂର୍ବାନୁମାନ କରାଯାଇଛି । ୩୧, ୧ ଓ ୨ ତାରିଖରେ ବି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
