ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ । ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । କାଲିଠାରୁ ବଢିବ ଦିନ ତାପମାତ୍ରା । ୧୧ରେ ସୁଖିଲା ରହିବ ପାଗ । ୧୨ ତାରିଖରୁ ଉପକୂଳ ଓଡିଶାରେ ବଢିବ ଗୁଳୁଗୁଳି । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ଅନୁମାନ କରାଯାଉଛି, ୩ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ । ୧୦ ତାରିଖରେ ଉପକୂଳ ଓଡ଼ିଶାର ଭୁବନେଶ୍ଵରରେ ପାରଦ ୩୮ ଡିଗ୍ରୀ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ ।
୧୧ ତାରିଖରେ ଝାରସୁଗୁଡ଼ା ୪୧ ଡିଗ୍ରୀ ଛୁଇଁଯିବ । ଅନ୍ୟପଟେ ୧୨ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଛଟପଟ ହେବ । ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ଅନୁଭୂତ ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
