Masthead

ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ଆଜି ୧୨ଘଣ୍ଟିଆ କଳାହାଣ୍ଡି ବନ୍ଦ।  ଶିକ୍ଷୟିତ୍ରୀ ମମିତା ମେହେର ମର୍ଡର ଘଟଣାରେ ଆଜି ୧୨ଘଣ୍ଟିଆ କଳାହାଣ୍ଡି ବନ୍ଦ ଡ଼ାକରା ଦିଆଯାଇଛି। ଜିଲ୍ଲା ବିଜେପି ପକ୍ଷରୁ ଏହି ବନ୍ଦ ଡ଼ାକରା ଦିଆଯାଇଛି । ଜରୁରୀକାଳୀନ ସେବା ବାଦ ଅନ୍ୟ ସବୁ ସେବା ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି । ମମିତା ମର୍ଡରର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମଙ୍ଗଳବାର ବଙ୍ଗୋମୁଣ୍ଡା ବ୍ଲକ୍ ଝରିଆଲ ପଞ୍ଚାୟତ ବୁଢ଼ିପଦର ଗାଁର ଏକ ଆଖୁ ବାଡ଼ିରେ ଲୁଚି ରହିଥିଲା । ଗାଁ ଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଗୋବିନ୍ଦ ସାହୁକୁ ଆରେଷ୍ଟ କରିଥିଲା। ତେବେ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବଲାଙ୍ଗୀର ପୋଲିସ  ଆଜି କୋର୍ଟଚାଲଣ କରିବ । ସେପଟେ କିନ୍ତୁ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଙ୍କ ଇସ୍ତଫା ଦାବି ଜୋର ଧରିଲାଣି । ଏହି ଦାବି କରି ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ପାଳନ କରୁଛି ବିଜେପି । କେବଳ ଜରୁରୀକାଳୀନ ସେବା ବାଦ ଅନ୍ୟ ସମସ୍ତ ସେବା ବନ୍ଦ ରହିବ । ସହରରେ ଯାନବାହାନ ଚଳାଚଳ ବନ୍ଦ ରହିବା ସହ ଦୋକାନ ବଜାର ବନ୍ଦ ରହିବ ।

ଶିକ୍ଷୟିତ୍ରୀ ନିଖୋଜରେ ଗୋବିନ୍ଦଙ୍କ ହାତ ଥିବା ପରିବାର ଲୋକେ ଅଭିଯୋଗ କରିବା ପରେ ତତ୍ପର ହୋଇଥିଲା ସିନ୍ଧେଇକେଲା ପୁଲିସ୍। ଆଉ ୧୪ ତାରିଖରେ ପୁଲିସ୍ ଗୋବିନ୍ଦକୁ ଉଠାଇ ଆଣିଥିଲା। ଦୀର୍ଘ ସମୟ ଧରି ଶିକ୍ଷୟିତ୍ରୀ ନିଖୋଜ ସମ୍ପର୍କରେ ପୁଲିସ ତାକୁ ପଚରାଉଚରା କରିଥିଲା। ତେବେ ସୋମବାର ହାତ ଧୋଇବା ବାହାନା କରି ପୁଲିସକୁ ଚମକା କରି ବାରାକରୁ ଚମ୍ପଟ୍ ମାରିଥିଲା ଗୋବିନ୍ଦ। ଏଥିପାଇଁ ପୁଲିସ୍ ନାନା ସମାଲୋଚନାର ଶିକାର ମଧ୍ୟ ହୋଇଥିଲା। ଶେଷରେ ବିଭିନ୍ନ ମହଲରେ ସମାଲୋଚନାର ଶିକାର ହେବା ପରେ ପୁଲିସ ଗୋବିନ୍ଦକୁ ଧରିବା ପାଇଁ ଅଣ୍ଟା ଭିଡ଼ିଥିଲା। ଏଥିପାଇଁ ପୁଲିସ୍ ତିନୋଟି ଟିମ୍ ଗଠନ କରି ବିଭିନ୍ନ ଅଞ୍ଚଳରେ ଚଢ଼ାଉ ଜାରି ରଖିଥିଲା। ମୋଷ୍ଟ ୱାଣ୍ଟେଡ୍ ଗୋବିନ୍ଦକୁ ଧରାଇ ଦେଲେ ଲକ୍ଷେ ଟଙ୍କାର ପୁରସ୍କାର ଘୋଷଣା କରିଥିଲା ବଲାଙ୍ଗୀର ପୋଲିସ।
ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା